ଦାନିୟେଲ 5

ରାଜା ଗଣକ, କଲ୍‍ଦୀୟ ଓ ଶୁଭାଶୁଭବାଦୀମାନଙ୍କୁ ଆଣିବା ପାଇଁ ଉଚ୍ଚସ୍ୱର କରି ଡାକିଲା। ରାଜା ବାବିଲୀୟ ବିଦ୍ୱାନ୍‍ମାନଙ୍କୁ କହିଲା, “ଯେକେହି ଏହି ଲେଖା ପଢ଼ିବ ଓ ତହିଁର ଅର୍ଥ ମୋତେ ଜଣାଇବ, ସେ ବାଇଗଣିଆ ରଙ୍ଗ ବସନରେ ବସ୍ତ୍ରାନ୍ୱିତ ହେବ ଓ ତାହାର କଣ୍ଠରେ ସୁବର୍ଣ୍ଣର ହାର ଦିଆଯିବ, ଆଉ ସେ ରାଜ୍ୟରେ ତୃତୀୟ କର୍ତ୍ତା ହେବ।”

Daniel 5:7 (UKJV) The king cried aloud to bring in the astrologers, the Chaldeans, and the soothsayers. And the king spoke, and said to the wise men of Babylon, Whosoever shall read this writing, and show me the interpretation thereof, shall be clothed with scarlet, and have a chain of gold about his neck, and shall be the third ruler in the kingdom.

5ସେହି ଦଣ୍ଡରେ ମନୁଷ୍ୟ ହସ୍ତର ଅଙ୍ଗୁଳି ଆସି ରାଜପ୍ରାସାଦର କାନ୍ଥର ଲେପନ ଉପରେ ଦୀପାଧାରର ନିକଟରେ ଲେଖିଲା, ଆଉ ହସ୍ତର ଯେଉଁ ଅଂଶ ଲେଖିଲା, ରାଜା ତାହା ଦେଖିଲା।

6ତହିଁରେ ରାଜାର ମୁଖ ବିବର୍ଣ୍ଣ ହେଲା ଓ ତାହାର ଭାବନା ତାହାକୁ ଉଦ୍‍ବିଗ୍ନ କଲା; ପୁଣି, ତାହାର କଟିଦେଶରେ ସନ୍ଧିସ୍ଥାନସବୁ ହୁଗୁଳା ହୋଇଗଲା ଓ ତାହାର ଆଣ୍ଠୁରେ ଆଣ୍ଠୁ ବାଜିଲା।

7ରାଜା ଗଣକ, କଲ୍‍ଦୀୟ ଓ ଶୁଭାଶୁଭବାଦୀମାନଙ୍କୁ ଆଣିବା ପାଇଁ ଉଚ୍ଚସ୍ୱର କରି ଡାକିଲା। ରାଜା ବାବିଲୀୟ ବିଦ୍ୱାନ୍‍ମାନଙ୍କୁ କହିଲା, “ଯେକେହି ଏହି ଲେଖା ପଢ଼ିବ ଓ ତହିଁର ଅର୍ଥ ମୋତେ ଜଣାଇବ, ସେ ବାଇଗଣିଆ ରଙ୍ଗ ବସନରେ ବସ୍ତ୍ରାନ୍ୱିତ ହେବ ଓ ତାହାର କଣ୍ଠରେ ସୁବର୍ଣ୍ଣର ହାର ଦିଆଯିବ, ଆଉ ସେ ରାଜ୍ୟରେ ତୃତୀୟ କର୍ତ୍ତା ହେବ।”

8ତହିଁରେ ରାଜାର ସମସ୍ତ ବିଦ୍ୱାନ୍‍ ଲୋକ ଭିତରକୁ ଆସିଲେ; ମାତ୍ର ସେମାନେ ଲେଖା ପଢ଼ି ପାରିଲେ ନାହିଁ, କିଅବା ରାଜାକୁ ତହିଁର ଅର୍ଥ ଜଣାଇ ପାରିଲେ ନାହିଁ।

9ତେଣୁ ରାଜା ବେଲ୍‍ଶତ୍ସର ଅତିଶୟ ଉଦ୍‍ବିଗ୍ନ ହେଲା ଓ ତାହାର ମୁଖ ବିବର୍ଣ୍ଣ ହେଲା, ଆଉ ତାହାର ଅମାତ୍ୟଗଣ ବିସ୍ମୟାପନ୍ନ ହେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.