ଦାନିୟେଲ 6

ଏଥିରେ ସେହି ଲୋକମାନେ ଏକତ୍ର ହୋଇ ଦାନିୟେଲଙ୍କୁ ତାଙ୍କର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା ଓ ନିବେଦନ କରିବାର ଦେଖିଲେ।

Daniel 6:11 (UKJV) Then these men assembled, and found Daniel praying and making supplication before his God.

9ଏଣୁ ରାଜା ଦାରୀୟାବସ ସେହି ଲେଖା ଓ ନିଷେଧ-ବିଧିରେ ସ୍ୱାକ୍ଷର କଲା।

10ଏଥିଉତ୍ତାରେ ଏହି ଲେଖା ସ୍ୱାକ୍ଷରିତ ହୋଇଅଛି ବୋଲି ଜାଣିଲା ଉତ୍ତାରେ ଦାନିୟେଲ ଆପଣା ଗୃହକୁ ଗଲେ; ତାଙ୍କ କୋଠରିର ଝରକା ଯିରୂଶାଲମ ଆଡ଼େ ମେଲା ଥିଲା; ପୁଣି, ସେ ପୂର୍ବେ ଯେପରି କରିଥାʼନ୍ତି, ତଦନୁସାରେ ଦିନ ମଧ୍ୟରେ ତିନି ଥର ଆଣ୍ଠୁପାତି ପ୍ରାର୍ଥନା କଲେ ଓ ଆପଣା ପରମେଶ୍ୱରଙ୍କ ଛାମୁରେ ଧନ୍ୟବାଦ ପ୍ରଦାନ କଲେ।

11ଏଥିରେ ସେହି ଲୋକମାନେ ଏକତ୍ର ହୋଇ ଦାନିୟେଲଙ୍କୁ ତାଙ୍କର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା ଓ ନିବେଦନ କରିବାର ଦେଖିଲେ।

12ସେତେବେଳେ ସେମାନେ ରାଜାର ନିକଟକୁ ଯାଇ ରାଜକୀୟ ନିଷେଧ-ବିଧି ବିଷୟରେ ତାଙ୍କ ଛାମୁରେ କହିଲେ, ଯଥା; “ହେ ମହାରାଜ, ଯେଉଁ କୌଣସି ଲୋକ ତିରିଶ ଦିନ ମଧ୍ୟରେ ଆପଣଙ୍କ ବିନା କୌଣସି ଦେବତା କି ମନୁଷ୍ୟର ନିକଟରେ ପ୍ରାର୍ଥନା କରିବ, ସେ ସିଂହମାନଙ୍କ ଗର୍ତ୍ତରେ ନିକ୍ଷିପ୍ତ ହେବ, ଏପରି ଏକ ନିଷେଧ ପତ୍ରରେ କି ଆପଣ ସ୍ୱାକ୍ଷର କରି ନାହାନ୍ତି?” ରାଜା ଉତ୍ତର କରି କହିଲା, “ମାଦୀୟ ଓ ପାରସିକମାନଙ୍କର ଅଟଳ ବ୍ୟବସ୍ଥାନୁସାରେ ତାହା ସ୍ଥିର ହୋଇଅଛି।”

13ତହିଁରେ ସେମାନେ ରାଜାଙ୍କ ଛାମୁରେ ଉତ୍ତର କରି କହିଲେ, “ହେ ମହାରାଜ, ନିର୍ବାସିତ ଯିହୁଦୀ-ସନ୍ତାନଗଣ ମଧ୍ୟରେ ଜଣେ ଯେ ଦାନିୟେଲ, ସେ ଆପଣଙ୍କୁ କିଅବା ଆପଣଙ୍କ ସ୍ୱାକ୍ଷରିତ ନିଷେଧ ପତ୍ରକୁ ମାନ୍ୟ କରେ ନାହିଁ, ମାତ୍ର ଦିନ ମଧ୍ୟରେ ତିନି ଥର ପ୍ରାର୍ଥନା କରେ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.