ଦାନିୟେଲ 6

ତହୁଁ ରାଜା ଆଜ୍ଞା କରନ୍ତେ, ସେମାନେ ଦାନିୟେଲଙ୍କୁ ଆଣି ସିଂହମାନଙ୍କ ଗର୍ତ୍ତରେ ନିକ୍ଷେପ କଲେ। ପୁଣି, ରାଜା ଦାନିୟେଲଙ୍କୁ କହିଲା, “ତୁମ୍ଭେ ନିତ୍ୟ ନିତ୍ୟ ଯେଉଁ ପରମେଶ୍ୱରଙ୍କର ସେବା କରୁଅଛ, ସେ ତୁମ୍ଭଙ୍କୁ ଉଦ୍ଧାର କରିବେ।”

Daniel 6:16 (UKJV) Then the king commanded, and they brought Daniel, and cast him into the den of lions. Now the king spoke and said unto Daniel, Your God whom you serve continually, he will deliver you.

14ତହୁଁ ରାଜା ଏ କଥା ଶୁଣି ଅତିଶୟ ଅସନ୍ତୁଷ୍ଟ ହେଲା, ପୁଣି ଦାନିୟେଲଙ୍କୁ ଉଦ୍ଧାର କରିବା ପାଇଁ ତାଙ୍କ ବିଷୟରେ ମନୋଯୋଗ କଲା; ଆଉ, ତାଙ୍କୁ ରକ୍ଷା କରିବା ପାଇଁ ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ଚେଷ୍ଟା କଲା।

15ଏଥିରେ ସେହି ଲୋକମାନେ ରାଜାର ନିକଟରେ ଏକତ୍ର ହୋଇ ରାଜାକୁ କହିଲେ, “ହେ ମହାରାଜ, ଆପଣ ଜାଣନ୍ତୁ, ରାଜା କୌଣସି ନିଷେଧାଜ୍ଞା ଅବା ବିଧି ସ୍ଥାପନ କଲେ, ତାହା ଯେ ପରିବର୍ତ୍ତିତ ହୋଇ ନ ପାରେ, ମାଦୀୟ ଓ ପାରସିକମାନଙ୍କର ଏପରି ଏକ ବ୍ୟବସ୍ଥା ଅଛି।”

16ତହୁଁ ରାଜା ଆଜ୍ଞା କରନ୍ତେ, ସେମାନେ ଦାନିୟେଲଙ୍କୁ ଆଣି ସିଂହମାନଙ୍କ ଗର୍ତ୍ତରେ ନିକ୍ଷେପ କଲେ। ପୁଣି, ରାଜା ଦାନିୟେଲଙ୍କୁ କହିଲା, “ତୁମ୍ଭେ ନିତ୍ୟ ନିତ୍ୟ ଯେଉଁ ପରମେଶ୍ୱରଙ୍କର ସେବା କରୁଅଛ, ସେ ତୁମ୍ଭଙ୍କୁ ଉଦ୍ଧାର କରିବେ।”

17ପୁଣି, ଏକ ପଥର ଅଣାଯାଇ ଗର୍ତ୍ତ ମୁଖରେ ଥୁଆଗଲା; ଆଉ, ଦାନିୟେଲଙ୍କ ବିଷୟରେ ଯେପରି କୌଣସି ପରିବର୍ତ୍ତନ ନ ହେବ, ଏଥିପାଇଁ ରାଜା ଆପଣାର ମୁଦ୍ରାରେ ଓ ଆପଣା ଅମାତ୍ୟଗଣର ମୁଦ୍ରାରେ ତାହା ଅଙ୍କିତ କଲା।

18ଏଉତ୍ତାରେ ରାଜା ଆପଣା ଅଟ୍ଟାଳିକାକୁ ଯାଇ ଉପବାସରେ ରାତ୍ରି କ୍ଷେପଣ କଲା ଓ ବାଦ୍ୟଯନ୍ତ୍ରାଦି ତାହା ନିକଟକୁ ଅଣାଗଲା ନାହିଁ; ଆଉ, ତାହାର ନିଦ୍ରା ନୋହିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.