20ପୁଣି, ସେ ଗର୍ତ୍ତ ନିକଟରେ ଦାନିୟେଲଙ୍କ ପାଖରେ ଉପସ୍ଥିତ ହୋଇ ବିଳାପ ସ୍ୱରରେ ଡାକିଲା; ରାଜା ଦାନିୟେଲଙ୍କୁ କହିଲା, “ହେ ଜୀବିତ ପରମେଶ୍ୱରଙ୍କ ସେବକ ଦାନିୟେଲ, ତୁମ୍ଭେ ନିତ୍ୟ ନିତ୍ୟ ଯାହାଙ୍କର ସେବା କରୁଅଛ, ତୁମ୍ଭର ସେହି ପରମେଶ୍ୱର ସିଂହମାନଙ୍କଠାରୁ ତୁମ୍ଭଙ୍କୁ ଉଦ୍ଧାର କରିବାକୁ କି ସମର୍ଥ ଅଟନ୍ତି?”
21ତହିଁରେ ଦାନିୟେଲ ରାଜାଙ୍କୁ କହିଲେ, “ହେ ମହାରାଜ, ଚିରଜୀବୀ ହେଉନ୍ତୁ।”
22ମୋର ପରମେଶ୍ୱର ଆପଣା ଦୂତ ପଠାଇ ସିଂହମାନଙ୍କ ମୁଖ ବନ୍ଦ କରିଅଛନ୍ତି ଓ ସେମାନେ ମୋର କ୍ଷତି କରି ନାହାନ୍ତି; କାରଣ ତାହାଙ୍କ ଛାମୁରେ ମୋର ନିର୍ଦ୍ଦୋଷତା ଦେଖାଗଲା; ପୁଣି, ହେ ମହାରାଜ, ମୁଁ ଆପଣଙ୍କ ସାକ୍ଷାତରେ ହିଁ କୌଣସି କ୍ଷତି କରି ନାହିଁ।
23ତହିଁରେ ରାଜା ଅତିଶୟ ଆନନ୍ଦିତ ହୋଇ ଦାନିୟେଲଙ୍କୁ ଗର୍ତ୍ତରୁ ଉଠାଇ ଆଣିବାକୁ ଆଜ୍ଞା ଦେଲା। ତହୁଁ ଦାନିୟେଲ ଗର୍ତ୍ତରୁ ଉଠାଗଲେ ଓ ତାଙ୍କ ଶରୀରରେ କୌଣସି ପ୍ରକାର କ୍ଷତ ଦେଖା ନ ଗଲା, କାରଣ ସେ ଆପଣା ପରମେଶ୍ୱରଙ୍କଠାରେ ବିଶ୍ୱାସ କରିଥିଲେ।
24ଏଥିଉତ୍ତାରେ ରାଜା ଆଜ୍ଞା କରନ୍ତେ, ଲୋକମାନେ ଦାନିୟେଲଙ୍କର ଅପବାଦକାରୀମାନଙ୍କୁ ଆଣି, ସେମାନଙ୍କୁ, ସେମାନଙ୍କର ବାଳକ ଓ ସେମାନଙ୍କର ସ୍ତ୍ରୀମାନଙ୍କୁ ସିଂହମାନଙ୍କ ଗର୍ତ୍ତରେ ପକାଇଲେ; ପୁଣି, ସେମାନେ ଗର୍ତ୍ତର ତଳଭାଗରେ ନ ପଡ଼ୁଣୁ ସିଂହମାନେ ସେମାନଙ୍କୁ ଆକ୍ରମଣ କରି ସେମାନଙ୍କର ଅସ୍ଥିସବୁ ଚୂର୍ଣ୍ଣ କଲେ।