22ମୋର ପରମେଶ୍ୱର ଆପଣା ଦୂତ ପଠାଇ ସିଂହମାନଙ୍କ ମୁଖ ବନ୍ଦ କରିଅଛନ୍ତି ଓ ସେମାନେ ମୋର କ୍ଷତି କରି ନାହାନ୍ତି; କାରଣ ତାହାଙ୍କ ଛାମୁରେ ମୋର ନିର୍ଦ୍ଦୋଷତା ଦେଖାଗଲା; ପୁଣି, ହେ ମହାରାଜ, ମୁଁ ଆପଣଙ୍କ ସାକ୍ଷାତରେ ହିଁ କୌଣସି କ୍ଷତି କରି ନାହିଁ।
23ତହିଁରେ ରାଜା ଅତିଶୟ ଆନନ୍ଦିତ ହୋଇ ଦାନିୟେଲଙ୍କୁ ଗର୍ତ୍ତରୁ ଉଠାଇ ଆଣିବାକୁ ଆଜ୍ଞା ଦେଲା। ତହୁଁ ଦାନିୟେଲ ଗର୍ତ୍ତରୁ ଉଠାଗଲେ ଓ ତାଙ୍କ ଶରୀରରେ କୌଣସି ପ୍ରକାର କ୍ଷତ ଦେଖା ନ ଗଲା, କାରଣ ସେ ଆପଣା ପରମେଶ୍ୱରଙ୍କଠାରେ ବିଶ୍ୱାସ କରିଥିଲେ।
24ଏଥିଉତ୍ତାରେ ରାଜା ଆଜ୍ଞା କରନ୍ତେ, ଲୋକମାନେ ଦାନିୟେଲଙ୍କର ଅପବାଦକାରୀମାନଙ୍କୁ ଆଣି, ସେମାନଙ୍କୁ, ସେମାନଙ୍କର ବାଳକ ଓ ସେମାନଙ୍କର ସ୍ତ୍ରୀମାନଙ୍କୁ ସିଂହମାନଙ୍କ ଗର୍ତ୍ତରେ ପକାଇଲେ; ପୁଣି, ସେମାନେ ଗର୍ତ୍ତର ତଳଭାଗରେ ନ ପଡ଼ୁଣୁ ସିଂହମାନେ ସେମାନଙ୍କୁ ଆକ୍ରମଣ କରି ସେମାନଙ୍କର ଅସ୍ଥିସବୁ ଚୂର୍ଣ୍ଣ କଲେ।
25ସେତେବେଳେ ଦାରୀୟାବସ ସମୁଦାୟ ପୃଥିବୀନିବାସୀ, ସମସ୍ତ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନଙ୍କ ନିକଟକୁ ପତ୍ର ଲେଖିଲା; “ତୁମ୍ଭମାନଙ୍କ ପ୍ରତି ବାହୁଲ୍ୟ ରୂପରେ ଶାନ୍ତି ହେଉ।
26ମୁଁ ଏହି ଆଜ୍ଞା କରୁଅଛି ଯେ, ମୋର ରାଜ୍ୟସ୍ଥ ସମୁଦାୟ ପ୍ରଦେଶର ଲୋକମାନେ ଦାନିୟେଲଙ୍କର ପରମେଶ୍ୱରଙ୍କ ଛାମୁରେ କମ୍ପିତ ଓ ଭୀତ ହେଉନ୍ତୁ; କାରଣ ସେ ଜୀବିତ ପରମେଶ୍ୱର ଓ ନିତ୍ୟସ୍ଥାୟୀ ଅଟନ୍ତି ଓ ତାହାଙ୍କର ରାଜ୍ୟ ଅବିନାଶ୍ୟ ଅଟେ; ପୁଣି ତାହାଙ୍କର କର୍ତ୍ତୃତ୍ୱ ଶେଷ ପର୍ଯ୍ୟନ୍ତ ହିଁ ଥିବ।