ଦାନିୟେଲ 6

ମୁଁ ଏହି ଆଜ୍ଞା କରୁଅଛି ଯେ, ମୋର ରାଜ୍ୟସ୍ଥ ସମୁଦାୟ ପ୍ରଦେଶର ଲୋକମାନେ ଦାନିୟେଲଙ୍କର ପରମେଶ୍ୱରଙ୍କ ଛାମୁରେ କମ୍ପିତ ଓ ଭୀତ ହେଉନ୍ତୁ; କାରଣ ସେ ଜୀବିତ ପରମେଶ୍ୱର ଓ ନିତ୍ୟସ୍ଥାୟୀ ଅଟନ୍ତି ଓ ତାହାଙ୍କର ରାଜ୍ୟ ଅବିନାଶ୍ୟ ଅଟେ; ପୁଣି ତାହାଙ୍କର କର୍ତ୍ତୃତ୍ୱ ଶେଷ ପର୍ଯ୍ୟନ୍ତ ହିଁ ଥିବ।

Daniel 6:26 (UKJV) I make a decree, That in every dominion of my kingdom men tremble and fear before the God of Daniel: for he is the living God, and steadfast for ever, and his kingdom that which shall not be destroyed, and his dominion shall be even unto the end.

24ଏଥିଉତ୍ତାରେ ରାଜା ଆଜ୍ଞା କରନ୍ତେ, ଲୋକମାନେ ଦାନିୟେଲଙ୍କର ଅପବାଦକାରୀମାନଙ୍କୁ ଆଣି, ସେମାନଙ୍କୁ, ସେମାନଙ୍କର ବାଳକ ଓ ସେମାନଙ୍କର ସ୍ତ୍ରୀମାନଙ୍କୁ ସିଂହମାନଙ୍କ ଗର୍ତ୍ତରେ ପକାଇଲେ; ପୁଣି, ସେମାନେ ଗର୍ତ୍ତର ତଳଭାଗରେ ନ ପଡ଼ୁଣୁ ସିଂହମାନେ ସେମାନଙ୍କୁ ଆକ୍ରମଣ କରି ସେମାନଙ୍କର ଅସ୍ଥିସବୁ ଚୂର୍ଣ୍ଣ କଲେ।

25ସେତେବେଳେ ଦାରୀୟାବସ ସମୁଦାୟ ପୃଥିବୀନିବାସୀ, ସମସ୍ତ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନଙ୍କ ନିକଟକୁ ପତ୍ର ଲେଖିଲା; “ତୁମ୍ଭମାନଙ୍କ ପ୍ରତି ବାହୁଲ୍ୟ ରୂପରେ ଶାନ୍ତି ହେଉ।

26ମୁଁ ଏହି ଆଜ୍ଞା କରୁଅଛି ଯେ, ମୋର ରାଜ୍ୟସ୍ଥ ସମୁଦାୟ ପ୍ରଦେଶର ଲୋକମାନେ ଦାନିୟେଲଙ୍କର ପରମେଶ୍ୱରଙ୍କ ଛାମୁରେ କମ୍ପିତ ଓ ଭୀତ ହେଉନ୍ତୁ; କାରଣ ସେ ଜୀବିତ ପରମେଶ୍ୱର ଓ ନିତ୍ୟସ୍ଥାୟୀ ଅଟନ୍ତି ଓ ତାହାଙ୍କର ରାଜ୍ୟ ଅବିନାଶ୍ୟ ଅଟେ; ପୁଣି ତାହାଙ୍କର କର୍ତ୍ତୃତ୍ୱ ଶେଷ ପର୍ଯ୍ୟନ୍ତ ହିଁ ଥିବ।

27ସେ ଉଦ୍ଧାର କରନ୍ତି ଓ ରକ୍ଷା କରନ୍ତି, ପୁଣି ସେ ସ୍ୱର୍ଗରେ ଓ ପୃଥିବୀରେ ଚିହ୍ନ ଓ ଅଦ୍ଭୁତ କ୍ରିୟା ସାଧନ କରନ୍ତି; ସେ ଦାନିୟେଲଙ୍କୁ ସିଂହମାନଙ୍କ ବଳରୁ ଉଦ୍ଧାର କରିଅଛନ୍ତି।”

28ଏହିରୂପେ ଦାନିୟେଲ ଦାରୀୟାବସର ରାଜତ୍ୱ ସମୟରେ ଓ ପାରସିକ କୋରସ୍‍ର ରାଜତ୍ୱ ସମୟରେ ଉନ୍ନତି ଲାଭ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.