ଦାନିୟେଲ 6

ଏଥିରେ ଅଧ୍ୟକ୍ଷ ଓ କ୍ଷିତିପାଳମାନେ ରାଜକର୍ମ ବିଷୟରେ ଦାନିୟେଲଙ୍କର ଦୋଷ ଅନୁସନ୍ଧାନ କଲେ; ମାତ୍ର ସେମାନେ କୌଣସି ଦୋଷ ଅବା ଅପରାଧ ପାଇ ପାରିଲେ ନାହିଁ, କାରଣ ସେ ବିଶ୍ୱସ୍ତ ଥିଲେ ଓ ତାଙ୍କର କୌଣସି ଭ୍ରାନ୍ତି ଅବା ଅପରାଧ ଦେଖାଗଲା ନାହିଁ।

Daniel 6:4 (UKJV) Then the presidents and princes sought to find occasion against Daniel concerning the kingdom; but they could find none occasion nor fault; forasmuch as he was faithful, neither was there any error or fault found in him.

2ଓ ସେହି କ୍ଷିତିପାଳମାନେ ଯେପରି ହିସାବ ଦେବେ ଓ ରାଜାର ଯେପରି କିଛି କ୍ଷତି ନ ହେବ, ଏଥିପାଇଁ ସେମାନଙ୍କ ଉପରେ ତିନି ଜଣ ଅଧ୍ୟକ୍ଷ ନିଯୁକ୍ତ କରିବାକୁ ବିହିତ ବୁଝିଲା; ଏହି ତିନି ଜଣ ମଧ୍ୟରେ ଦାନିୟେଲ ଏକ ଜଣ ଥିଲେ।

3ଏହି ଦାନିୟେଲଙ୍କର ଅନ୍ତରରେ ଶ୍ରେଷ୍ଠ ଆତ୍ମା ଥିବାରୁ ସେ ଅଧ୍ୟକ୍ଷଗଣ ଓ କ୍ଷିତିପାଳମାନଙ୍କ ଅପେକ୍ଷା ବିଖ୍ୟାତ ହୋଇଥିଲେ; ଆଉ, ରାଜା ତାଙ୍କୁ ସମୁଦାୟ ରାଜ୍ୟ ଉପରେ ନିଯୁକ୍ତ କରିବାକୁ ମନସ୍ଥ କଲା।

4ଏଥିରେ ଅଧ୍ୟକ୍ଷ ଓ କ୍ଷିତିପାଳମାନେ ରାଜକର୍ମ ବିଷୟରେ ଦାନିୟେଲଙ୍କର ଦୋଷ ଅନୁସନ୍ଧାନ କଲେ; ମାତ୍ର ସେମାନେ କୌଣସି ଦୋଷ ଅବା ଅପରାଧ ପାଇ ପାରିଲେ ନାହିଁ, କାରଣ ସେ ବିଶ୍ୱସ୍ତ ଥିଲେ ଓ ତାଙ୍କର କୌଣସି ଭ୍ରାନ୍ତି ଅବା ଅପରାଧ ଦେଖାଗଲା ନାହିଁ।

5ତହୁଁ ସେହି ଲୋକମାନେ କହିଲେ, “ଆମ୍ଭେମାନେ ଦାନିୟେଲଙ୍କର ପରମେଶ୍ୱରଙ୍କ ବ୍ୟବସ୍ଥା ସମ୍ବନ୍ଧରେ, ତାହାର ଦୋଷ ନ ଧରିଲେ ଆଉ କୌଣସି ବିଷୟରେ ଦୋଷ ପାଇବା ନାହିଁ।”

6ଏଥିରେ ଅଧ୍ୟକ୍ଷଗଣ ଓ କ୍ଷିତିପାଳମାନେ ରାଜା ନିକଟରେ ଏକତ୍ର ହୋଇ ତାହାକୁ ଏହି ପ୍ରକାର କହିଲେ, “ମହାରାଜ ଦାରୀୟାବସ, ଚିରଜୀବୀ ହେଉନ୍ତୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.