ଦାନିୟେଲ 6

ତହୁଁ ସେହି ଲୋକମାନେ କହିଲେ, “ଆମ୍ଭେମାନେ ଦାନିୟେଲଙ୍କର ପରମେଶ୍ୱରଙ୍କ ବ୍ୟବସ୍ଥା ସମ୍ବନ୍ଧରେ, ତାହାର ଦୋଷ ନ ଧରିଲେ ଆଉ କୌଣସି ବିଷୟରେ ଦୋଷ ପାଇବା ନାହିଁ।”

Daniel 6:5 (UKJV) Then said these men, We shall not find any occasion against this Daniel, except we find it against him concerning the law of his God.

3ଏହି ଦାନିୟେଲଙ୍କର ଅନ୍ତରରେ ଶ୍ରେଷ୍ଠ ଆତ୍ମା ଥିବାରୁ ସେ ଅଧ୍ୟକ୍ଷଗଣ ଓ କ୍ଷିତିପାଳମାନଙ୍କ ଅପେକ୍ଷା ବିଖ୍ୟାତ ହୋଇଥିଲେ; ଆଉ, ରାଜା ତାଙ୍କୁ ସମୁଦାୟ ରାଜ୍ୟ ଉପରେ ନିଯୁକ୍ତ କରିବାକୁ ମନସ୍ଥ କଲା।

4ଏଥିରେ ଅଧ୍ୟକ୍ଷ ଓ କ୍ଷିତିପାଳମାନେ ରାଜକର୍ମ ବିଷୟରେ ଦାନିୟେଲଙ୍କର ଦୋଷ ଅନୁସନ୍ଧାନ କଲେ; ମାତ୍ର ସେମାନେ କୌଣସି ଦୋଷ ଅବା ଅପରାଧ ପାଇ ପାରିଲେ ନାହିଁ, କାରଣ ସେ ବିଶ୍ୱସ୍ତ ଥିଲେ ଓ ତାଙ୍କର କୌଣସି ଭ୍ରାନ୍ତି ଅବା ଅପରାଧ ଦେଖାଗଲା ନାହିଁ।

5ତହୁଁ ସେହି ଲୋକମାନେ କହିଲେ, “ଆମ୍ଭେମାନେ ଦାନିୟେଲଙ୍କର ପରମେଶ୍ୱରଙ୍କ ବ୍ୟବସ୍ଥା ସମ୍ବନ୍ଧରେ, ତାହାର ଦୋଷ ନ ଧରିଲେ ଆଉ କୌଣସି ବିଷୟରେ ଦୋଷ ପାଇବା ନାହିଁ।”

6ଏଥିରେ ଅଧ୍ୟକ୍ଷଗଣ ଓ କ୍ଷିତିପାଳମାନେ ରାଜା ନିକଟରେ ଏକତ୍ର ହୋଇ ତାହାକୁ ଏହି ପ୍ରକାର କହିଲେ, “ମହାରାଜ ଦାରୀୟାବସ, ଚିରଜୀବୀ ହେଉନ୍ତୁ।

7ରାଜ୍ୟର ଅଧ୍ୟକ୍ଷଗଣ, ରାଜପ୍ରତିନିଧିଗଣ ଓ କ୍ଷିତିପାଳଗଣ, ମନ୍ତ୍ରୀ ଓ ଦେଶାଧ୍ୟକ୍ଷଗଣ ସମସ୍ତେ ଏକତ୍ର ମନ୍ତ୍ରଣା କରି ଏପରି ଏକ ରାଜାଜ୍ଞା ଓ ଦୃଢ଼ ନିଷେଧ-ବିଧି ସ୍ଥାପନ କରିବାକୁ ବିଚାର କରିଅଛନ୍ତି ଯେ, ଯଦି କେହି ତିରିଶ ଦିନ ପର୍ଯ୍ୟନ୍ତ ମହାରାଜାଙ୍କ ବିନା କୌଣସି ଦେବତା କିଅବା ମନୁଷ୍ୟର ନିକଟରେ ପ୍ରାର୍ଥନା କରିବ, ସେ ସିଂହମାନଙ୍କ ଗର୍ତ୍ତରେ ନିକ୍ଷିପ୍ତ ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.