5ତହୁଁ ସେହି ଲୋକମାନେ କହିଲେ, “ଆମ୍ଭେମାନେ ଦାନିୟେଲଙ୍କର ପରମେଶ୍ୱରଙ୍କ ବ୍ୟବସ୍ଥା ସମ୍ବନ୍ଧରେ, ତାହାର ଦୋଷ ନ ଧରିଲେ ଆଉ କୌଣସି ବିଷୟରେ ଦୋଷ ପାଇବା ନାହିଁ।”
6ଏଥିରେ ଅଧ୍ୟକ୍ଷଗଣ ଓ କ୍ଷିତିପାଳମାନେ ରାଜା ନିକଟରେ ଏକତ୍ର ହୋଇ ତାହାକୁ ଏହି ପ୍ରକାର କହିଲେ, “ମହାରାଜ ଦାରୀୟାବସ, ଚିରଜୀବୀ ହେଉନ୍ତୁ।
7ରାଜ୍ୟର ଅଧ୍ୟକ୍ଷଗଣ, ରାଜପ୍ରତିନିଧିଗଣ ଓ କ୍ଷିତିପାଳଗଣ, ମନ୍ତ୍ରୀ ଓ ଦେଶାଧ୍ୟକ୍ଷଗଣ ସମସ୍ତେ ଏକତ୍ର ମନ୍ତ୍ରଣା କରି ଏପରି ଏକ ରାଜାଜ୍ଞା ଓ ଦୃଢ଼ ନିଷେଧ-ବିଧି ସ୍ଥାପନ କରିବାକୁ ବିଚାର କରିଅଛନ୍ତି ଯେ, ଯଦି କେହି ତିରିଶ ଦିନ ପର୍ଯ୍ୟନ୍ତ ମହାରାଜାଙ୍କ ବିନା କୌଣସି ଦେବତା କିଅବା ମନୁଷ୍ୟର ନିକଟରେ ପ୍ରାର୍ଥନା କରିବ, ସେ ସିଂହମାନଙ୍କ ଗର୍ତ୍ତରେ ନିକ୍ଷିପ୍ତ ହେବ।
8ଏବେ ହେ ମହାରାଜ, ମାଦୀୟ ଓ ପାରସିକମାନଙ୍କର ଅଟଳ ବ୍ୟବସ୍ଥାନୁସାରେ ଏହି ନିଷେଧ-ବିଧି ଯେପରି ପରିବର୍ତ୍ତିତ ନ ହୁଏ, ଏଥିପାଇଁ ତାହା ସ୍ଥିର କରନ୍ତୁ ଓ ଏହି ଲେଖାରେ ସ୍ୱାକ୍ଷର କରନ୍ତୁ।”
9ଏଣୁ ରାଜା ଦାରୀୟାବସ ସେହି ଲେଖା ଓ ନିଷେଧ-ବିଧିରେ ସ୍ୱାକ୍ଷର କଲା।