9ମୁଁ ଦେଖୁ ଦେଖୁ, କେତେଗୋଟି ସିଂହାସନ ସ୍ଥାପିତ ହେଲା, ପୁଣି ଅନେକ କାଳର ବୃଦ୍ଧ ଉପବିଷ୍ଟ ହେଲେ। ତାହାଙ୍କର ବସ୍ତ୍ର ହିମ ତୁଲ୍ୟ ଶୁକ୍ଳବର୍ଣ୍ଣ, ଓ ତାହାଙ୍କର ମସ୍ତକର କେଶ ବିଶୁଦ୍ଧ ମେଷର ଲୋମ ତୁଲ୍ୟ ଥିଲା। ତାହାଙ୍କର ସିଂହାସନ ଅଗ୍ନିଶିଖାମୟ ଓ ତହିଁର ଚକ୍ରସକଳ ଜ୍ୱଳନ୍ତ ଅଗ୍ନି।
10ତାହାଙ୍କ ସମ୍ମୁଖରୁ ଅଗ୍ନିସ୍ରୋତ ନିର୍ଗତ ହୋଇ ବହିଲା; ସହସ୍ର ସହସ୍ର ତାହାଙ୍କର ପରିଚର୍ଯ୍ୟା କଲେ ଓ ଅୟୁତ ଅୟୁତ ତାହାଙ୍କ ସମ୍ମୁଖରେ ଉଭା ହେଲେ। ବିଚାର-ସଭା ବସିଲା ଓ ପୁସ୍ତକମାନ ଫିଟାଗଲା।
11ସେହି ଶୃଙ୍ଗର କଥିତ ଦର୍ପ-ବାକ୍ୟର ରବ ସକାଶୁ ସେହି ସମୟରେ ମୁଁ ଅନାଇଲି; ମୁଁ ଦେଖିଲି ଯେ, ଶେଷରେ ସେ ପଶୁ ହତ ହେଲା ଓ ତାହାର ଶରୀର ବିନଷ୍ଟ ହେଲା ଓ ସେ ଅଗ୍ନିରେ ଦଗ୍ଧ ହେବା ପାଇଁ ସମର୍ପିତ ହେଲା।
12ପୁଣି, ଅନ୍ୟ ପଶୁମାନଙ୍କଠାରୁ ସେମାନଙ୍କର କର୍ତ୍ତୃତ୍ୱ ନିଆଗଲା; ତଥାପି ଏକ ନିର୍ଦ୍ଧିଷ୍ଟ ସମୟ ପର୍ଯ୍ୟନ୍ତ ସେମାନଙ୍କର ଆୟୁ ଦୀର୍ଘ କରାଗଲା।
13ମୁଁ ରାତ୍ରିକାଳର ଦର୍ଶନରେ ଦେଖିଲି, ଆଉ ଦେଖ, ମନୁଷ୍ୟପୁତ୍ର ନ୍ୟାୟ ଏକ ପୁରୁଷ ଆକାଶର ମେଘରେ ଆସିଲେ; ସେ ଅନେକ କାଳର ସେହି ବୃଦ୍ଧଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ସେମାନେ ତାହାଙ୍କ ଛାମୁକୁ ତାହାଙ୍କୁ ଆଣିଲେ।