12ପୁଣି, ଅନ୍ୟ ପଶୁମାନଙ୍କଠାରୁ ସେମାନଙ୍କର କର୍ତ୍ତୃତ୍ୱ ନିଆଗଲା; ତଥାପି ଏକ ନିର୍ଦ୍ଧିଷ୍ଟ ସମୟ ପର୍ଯ୍ୟନ୍ତ ସେମାନଙ୍କର ଆୟୁ ଦୀର୍ଘ କରାଗଲା।
13ମୁଁ ରାତ୍ରିକାଳର ଦର୍ଶନରେ ଦେଖିଲି, ଆଉ ଦେଖ, ମନୁଷ୍ୟପୁତ୍ର ନ୍ୟାୟ ଏକ ପୁରୁଷ ଆକାଶର ମେଘରେ ଆସିଲେ; ସେ ଅନେକ କାଳର ସେହି ବୃଦ୍ଧଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ସେମାନେ ତାହାଙ୍କ ଛାମୁକୁ ତାହାଙ୍କୁ ଆଣିଲେ।
14ପୁଣି, ସମୁଦାୟ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନେ ଯେପରି ତାହାଙ୍କର ସେବା କରିବେ, ଏଥିପାଇଁ ତାହାଙ୍କୁ କର୍ତ୍ତୃତ୍ୱ, ମହିମା ଓ ରାଜ୍ୟ ଦତ୍ତ ହେଲା; ତାହାଙ୍କର କର୍ତ୍ତୃତ୍ୱ ଅନନ୍ତକାଳୀନ କର୍ତ୍ତୃତ୍ୱ, ତାହା ଲୁପ୍ତ ହେବ ନାହିଁ, ଆଉ ତାହାଙ୍କର ରାଜ୍ୟ ଅବିନାଶ୍ୟ।
15ମୁଁ ଦାନିୟେଲ, ମୋର ଆତ୍ମା ମୋର ଶରୀର ମଧ୍ୟରେ ଶୋକାନ୍ୱିତ ହେଲା ଓ ମୋର ମାନସିକ ଦର୍ଶନ ମୋତେ ଉଦ୍ବିଗ୍ନ କଲା।
16ମୋର ନିକଟରେ ଯେଉଁମାନେ ଠିଆ ହୋଇଥିଲେ, ସେମାନଙ୍କ ମଧ୍ୟରୁ ଏକ ଜଣର ନିକଟକୁ ମୁଁ ଯାଇ ଏସବୁର ତଥ୍ୟ ପଚାରିଲି। ତହିଁରେ ସେ ମୋତେ ସେହିସବୁର ଅର୍ଥ ଜଣାଇ କହିଲେ।