13ମୁଁ ରାତ୍ରିକାଳର ଦର୍ଶନରେ ଦେଖିଲି, ଆଉ ଦେଖ, ମନୁଷ୍ୟପୁତ୍ର ନ୍ୟାୟ ଏକ ପୁରୁଷ ଆକାଶର ମେଘରେ ଆସିଲେ; ସେ ଅନେକ କାଳର ସେହି ବୃଦ୍ଧଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ସେମାନେ ତାହାଙ୍କ ଛାମୁକୁ ତାହାଙ୍କୁ ଆଣିଲେ।
14ପୁଣି, ସମୁଦାୟ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନେ ଯେପରି ତାହାଙ୍କର ସେବା କରିବେ, ଏଥିପାଇଁ ତାହାଙ୍କୁ କର୍ତ୍ତୃତ୍ୱ, ମହିମା ଓ ରାଜ୍ୟ ଦତ୍ତ ହେଲା; ତାହାଙ୍କର କର୍ତ୍ତୃତ୍ୱ ଅନନ୍ତକାଳୀନ କର୍ତ୍ତୃତ୍ୱ, ତାହା ଲୁପ୍ତ ହେବ ନାହିଁ, ଆଉ ତାହାଙ୍କର ରାଜ୍ୟ ଅବିନାଶ୍ୟ।
15ମୁଁ ଦାନିୟେଲ, ମୋର ଆତ୍ମା ମୋର ଶରୀର ମଧ୍ୟରେ ଶୋକାନ୍ୱିତ ହେଲା ଓ ମୋର ମାନସିକ ଦର୍ଶନ ମୋତେ ଉଦ୍ବିଗ୍ନ କଲା।
16ମୋର ନିକଟରେ ଯେଉଁମାନେ ଠିଆ ହୋଇଥିଲେ, ସେମାନଙ୍କ ମଧ୍ୟରୁ ଏକ ଜଣର ନିକଟକୁ ମୁଁ ଯାଇ ଏସବୁର ତଥ୍ୟ ପଚାରିଲି। ତହିଁରେ ସେ ମୋତେ ସେହିସବୁର ଅର୍ଥ ଜଣାଇ କହିଲେ।
17‘ସେହି ଚାରି ବୃହତ ପଶୁ ଚାରି ରାଜା ଅଟନ୍ତି, ସେମାନେ ପୃଥିବୀରୁ ଉତ୍ପନ୍ନ ହେବେ।