15ମୁଁ ଦାନିୟେଲ, ମୋର ଆତ୍ମା ମୋର ଶରୀର ମଧ୍ୟରେ ଶୋକାନ୍ୱିତ ହେଲା ଓ ମୋର ମାନସିକ ଦର୍ଶନ ମୋତେ ଉଦ୍ବିଗ୍ନ କଲା।
16ମୋର ନିକଟରେ ଯେଉଁମାନେ ଠିଆ ହୋଇଥିଲେ, ସେମାନଙ୍କ ମଧ୍ୟରୁ ଏକ ଜଣର ନିକଟକୁ ମୁଁ ଯାଇ ଏସବୁର ତଥ୍ୟ ପଚାରିଲି। ତହିଁରେ ସେ ମୋତେ ସେହିସବୁର ଅର୍ଥ ଜଣାଇ କହିଲେ।
17‘ସେହି ଚାରି ବୃହତ ପଶୁ ଚାରି ରାଜା ଅଟନ୍ତି, ସେମାନେ ପୃଥିବୀରୁ ଉତ୍ପନ୍ନ ହେବେ।
18ମାତ୍ର ସର୍ବୋପରିସ୍ଥଙ୍କର ପବିତ୍ରଗଣ ରାଜ୍ୟ ପ୍ରାପ୍ତ ହେବେ ଓ ଚିରକାଳ, ଅର୍ଥାତ୍, ଅନନ୍ତକାଳ ପର୍ଯ୍ୟନ୍ତ ରାଜ୍ୟ ଭୋଗ କରିବେ।’
19ସେତେବେଳେ ଯେଉଁ ଚତୁର୍ଥ ପଶୁ, ଯେ ଅନ୍ୟ ସକଳରୁ ଭିନ୍ନ, ଅତି ଭୟାନକ, ଯାହାର ଦନ୍ତ ଲୌହମୟ ଓ ନଖସବୁ ପିତ୍ତଳମୟ ଥିଲା, ଯେ ଗ୍ରାସ କଲା, ଭାଙ୍ଗି ଚୂର୍ଣ୍ଣ କଲା ଓ ଅବଶିଷ୍ଟସବୁକୁ ପଦ ତଳେ ଦଳିତ କଲା, ତାହାର ତଥ୍ୟ ଜାଣିବାକୁ ମୁଁ ଇଚ୍ଛା କଲି;