16ମୋର ନିକଟରେ ଯେଉଁମାନେ ଠିଆ ହୋଇଥିଲେ, ସେମାନଙ୍କ ମଧ୍ୟରୁ ଏକ ଜଣର ନିକଟକୁ ମୁଁ ଯାଇ ଏସବୁର ତଥ୍ୟ ପଚାରିଲି। ତହିଁରେ ସେ ମୋତେ ସେହିସବୁର ଅର୍ଥ ଜଣାଇ କହିଲେ।
17‘ସେହି ଚାରି ବୃହତ ପଶୁ ଚାରି ରାଜା ଅଟନ୍ତି, ସେମାନେ ପୃଥିବୀରୁ ଉତ୍ପନ୍ନ ହେବେ।
18ମାତ୍ର ସର୍ବୋପରିସ୍ଥଙ୍କର ପବିତ୍ରଗଣ ରାଜ୍ୟ ପ୍ରାପ୍ତ ହେବେ ଓ ଚିରକାଳ, ଅର୍ଥାତ୍, ଅନନ୍ତକାଳ ପର୍ଯ୍ୟନ୍ତ ରାଜ୍ୟ ଭୋଗ କରିବେ।’
19ସେତେବେଳେ ଯେଉଁ ଚତୁର୍ଥ ପଶୁ, ଯେ ଅନ୍ୟ ସକଳରୁ ଭିନ୍ନ, ଅତି ଭୟାନକ, ଯାହାର ଦନ୍ତ ଲୌହମୟ ଓ ନଖସବୁ ପିତ୍ତଳମୟ ଥିଲା, ଯେ ଗ୍ରାସ କଲା, ଭାଙ୍ଗି ଚୂର୍ଣ୍ଣ କଲା ଓ ଅବଶିଷ୍ଟସବୁକୁ ପଦ ତଳେ ଦଳିତ କଲା, ତାହାର ତଥ୍ୟ ଜାଣିବାକୁ ମୁଁ ଇଚ୍ଛା କଲି;
20ପୁଣି, ତାହାର ମସ୍ତକରେ ଯେଉଁ ଦଶ ଶୃଙ୍ଗ ଥିଲା ଓ ଅନ୍ୟ ଯେଉଁ ଶୃଙ୍ଗ ଉଠିଲା ଓ ଯାହା ସାକ୍ଷାତରେ ତିନି ଶୃଙ୍ଗ ପଡ଼ିଗଲା; ଅର୍ଥାତ୍, ସେ ଯେଉଁ ଶୃଙ୍ଗର ଚକ୍ଷୁ ଓ ଅହଙ୍କାର ବାକ୍ୟବାଦୀ ମୁଖ ଥିଲା, ଯାହାର ଆକାର ଆପଣା ସଙ୍ଗୀମାନଙ୍କ ଅପେକ୍ଷା ଦାମ୍ଭିକ ଥିଲା, ତାହାର ତଥ୍ୟ ଜାଣିବାକୁ ମୁଁ ଇଚ୍ଛା କଲି।