ଦାନିୟେଲ 7

ମୁଁ ଦେଖିଲି, ଆଉ ସେହି ଶୃଙ୍ଗ ପବିତ୍ରଗଣଙ୍କ ସଙ୍ଗେ ଯୁଦ୍ଧ କଲା ଓ ସେମାନଙ୍କୁ ଜୟ କଲା;

Daniel 7:21 (UKJV) I beheld, and the same horn made war with the saints, and prevailed against them;

19ସେତେବେଳେ ଯେଉଁ ଚତୁର୍ଥ ପଶୁ, ଯେ ଅନ୍ୟ ସକଳରୁ ଭିନ୍ନ, ଅତି ଭୟାନକ, ଯାହାର ଦନ୍ତ ଲୌହମୟ ଓ ନଖସବୁ ପିତ୍ତଳମୟ ଥିଲା, ଯେ ଗ୍ରାସ କଲା, ଭାଙ୍ଗି ଚୂର୍ଣ୍ଣ କଲା ଓ ଅବଶିଷ୍ଟସବୁକୁ ପଦ ତଳେ ଦଳିତ କଲା, ତାହାର ତଥ୍ୟ ଜାଣିବାକୁ ମୁଁ ଇଚ୍ଛା କଲି;

20ପୁଣି, ତାହାର ମସ୍ତକରେ ଯେଉଁ ଦଶ ଶୃଙ୍ଗ ଥିଲା ଓ ଅନ୍ୟ ଯେଉଁ ଶୃଙ୍ଗ ଉଠିଲା ଓ ଯାହା ସାକ୍ଷାତରେ ତିନି ଶୃଙ୍ଗ ପଡ଼ିଗଲା; ଅର୍ଥାତ୍‍, ସେ ଯେଉଁ ଶୃଙ୍ଗର ଚକ୍ଷୁ ଓ ଅହଙ୍କାର ବାକ୍ୟବାଦୀ ମୁଖ ଥିଲା, ଯାହାର ଆକାର ଆପଣା ସଙ୍ଗୀମାନଙ୍କ ଅପେକ୍ଷା ଦାମ୍ଭିକ ଥିଲା, ତାହାର ତଥ୍ୟ ଜାଣିବାକୁ ମୁଁ ଇଚ୍ଛା କଲି।

21ମୁଁ ଦେଖିଲି, ଆଉ ସେହି ଶୃଙ୍ଗ ପବିତ୍ରଗଣଙ୍କ ସଙ୍ଗେ ଯୁଦ୍ଧ କଲା ଓ ସେମାନଙ୍କୁ ଜୟ କଲା;

22ଶେଷରେ ସେହି ଅନେକ କାଳର ବୃଦ୍ଧ ଆସିଲେ ଓ ସର୍ବୋପରିସ୍ଥଙ୍କର ପବିତ୍ରଗଣଙ୍କୁ ବିଚାର ଭାର ଦତ୍ତ ହେଲା ଓ ପବିତ୍ରଗଣଙ୍କର ରାଜ୍ୟ ଭୋଗ କରିବାର ସମୟ ଉପସ୍ଥିତ ହେଲା।

23ସେ ଏହିରୂପେ କହିଲେ, ‘ଚତୁର୍ଥ ପଶୁ ପୃଥିବୀର ଚତୁର୍ଥ ରାଜ୍ୟ ହେବ, ତାହା ଅନ୍ୟ ସକଳ ରାଜ୍ୟଠାରୁ ଭିନ୍ନ ହେବ ଓ ସମୁଦାୟ ପୃଥିବୀକୁ ଗ୍ରାସ କରିବ, ଆଉ ଦଳିତ କରି ଖଣ୍ଡ ଖଣ୍ଡ କରିବ ଓ ତାହା ଭାଙ୍ଗି ପକାଇବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.