22ଶେଷରେ ସେହି ଅନେକ କାଳର ବୃଦ୍ଧ ଆସିଲେ ଓ ସର୍ବୋପରିସ୍ଥଙ୍କର ପବିତ୍ରଗଣଙ୍କୁ ବିଚାର ଭାର ଦତ୍ତ ହେଲା ଓ ପବିତ୍ରଗଣଙ୍କର ରାଜ୍ୟ ଭୋଗ କରିବାର ସମୟ ଉପସ୍ଥିତ ହେଲା।
23ସେ ଏହିରୂପେ କହିଲେ, ‘ଚତୁର୍ଥ ପଶୁ ପୃଥିବୀର ଚତୁର୍ଥ ରାଜ୍ୟ ହେବ, ତାହା ଅନ୍ୟ ସକଳ ରାଜ୍ୟଠାରୁ ଭିନ୍ନ ହେବ ଓ ସମୁଦାୟ ପୃଥିବୀକୁ ଗ୍ରାସ କରିବ, ଆଉ ଦଳିତ କରି ଖଣ୍ଡ ଖଣ୍ଡ କରିବ ଓ ତାହା ଭାଙ୍ଗି ପକାଇବ।
24ପୁଣି, ସେହି ଦଶ ଶୃଙ୍ଗର ତାତ୍ପର୍ଯ୍ୟ ଏହି ଯେ, ସେହି ରାଜ୍ୟରୁ ଦଶ ରାଜା ଉତ୍ପନ୍ନ ହେବେ; ସେମାନଙ୍କ ଉତ୍ତାରେ ଆଉ ଜଣେ ଉତ୍ପନ୍ନ ହେବ। ସେ ପୂର୍ବବର୍ତ୍ତୀମାନଙ୍କଠାରୁ ଭିନ୍ନ ହେବ ଓ ସେ ତିନି ରାଜାଙ୍କୁ ଦମନ କରିବ।
25ପୁଣି, ସେ ସର୍ବୋପରିସ୍ଥଙ୍କ ବିରୁଦ୍ଧରେ କଥା କହିବ ଓ ସର୍ବୋପରିସ୍ଥଙ୍କର ପବିତ୍ରଗଣଙ୍କୁ ଦମନ କରିବ; ଆଉ, ସେ କାଳ ଓ ବ୍ୟବସ୍ଥାର ପରିବର୍ତ୍ତନ କରିବାକୁ ବିଚାର କରିବ; ପୁଣି, ଏକ କାଳ, (ଦୁଇ) ପବିତ୍ର ପର୍ବ ଓ ଅର୍ଦ୍ଧ ପବିତ୍ର ପର୍ବ ପର୍ଯ୍ୟନ୍ତ ସେମାନେ ତାହା ହସ୍ତରେ ସମର୍ପିତ ହେବେ।
26ମାତ୍ର ବିଚାର-ସଭା ବସିବ ଓ ସେମାନେ ଶେଷ ପର୍ଯ୍ୟନ୍ତ ତାହାର କର୍ତ୍ତୃତ୍ୱର କ୍ଷୟ ଓ ବିନାଶ କରିବା ପାଇଁ ତାହାଠାରୁ ତାହା ନେବେ।