26ମାତ୍ର ବିଚାର-ସଭା ବସିବ ଓ ସେମାନେ ଶେଷ ପର୍ଯ୍ୟନ୍ତ ତାହାର କର୍ତ୍ତୃତ୍ୱର କ୍ଷୟ ଓ ବିନାଶ କରିବା ପାଇଁ ତାହାଠାରୁ ତାହା ନେବେ।
27ଆଉ, ଶାସନ କାଳ ଓ କର୍ତ୍ତୃତ୍ୱ ଓ ଆକାଶମଣ୍ଡଳର ଅଧଃସ୍ଥିତ ରାଜ୍ୟସମୂହର ମହିମା, ସର୍ବୋପରିସ୍ଥଙ୍କର ପବିତ୍ର ଲୋକମାନଙ୍କୁ ଦତ୍ତ ହେବ; ତାହାଙ୍କର ରାଜ୍ୟ ଅନନ୍ତକାଳୀନ ରାଜ୍ୟ ଓ ଯାବତୀୟ ଶାସନକର୍ତ୍ତା ତାହାଙ୍କର ସେବା କରିବେ ଓ ତାହାଙ୍କର ଆଜ୍ଞାବହ ହେବେ।’
28ଏଠାରେ ବୃତ୍ତାନ୍ତର ଶେଷ ମୁଁ ଦାନିୟେଲ, ମୋର ଭାବନା ମୋତେ ଉଦ୍ବିଗ୍ନ କଲା ଓ ମୋର ମୁଖ ବିବର୍ଣ୍ଣ ହେଲା, ମାତ୍ର ମୁଁ ସେ କଥା ଆପଣା ମନରେ ରଖିଲି।”