ଦାନିୟେଲ 7

ପୁଣି, ଏକଆରେକଠାରୁ ଭିନ୍ନ ଚାରି ବୃହତ ପଶୁ ସମୁଦ୍ରରୁ ଉଠି ଆସିଲେ।

Daniel 7:3 (UKJV) And four great beasts came up from the sea, diverse one from another.

1ବାବିଲର ରାଜା ବେଲ୍‍ଶତ୍ସରର ରାଜତ୍ଵର ପ୍ରଥମ ବର୍ଷରେ ଦାନିୟେଲ ଆପଣା ଶଯ୍ୟା ଉପରେ ସ୍ୱପ୍ନ ଓ ମାନସିକ ଦର୍ଶନ ପ୍ରାପ୍ତ ହେଲେ; ତହୁଁ ସେ ସେହି ସ୍ୱପ୍ନ ଲେଖି କଥାର ସାର ପ୍ରକାଶ କଲେ।

2ଦାନିୟେଲ କହିଲେ, “ମୁଁ ରାତ୍ରିକାଳରେ ଦର୍ଶନକ୍ରମେ ଦେଖିଲି ଯେ, ଦେଖ, ମହାସମୁଦ୍ର ଉପରେ ଆକାଶର ଚତୁର୍ଦ୍ଦିଗରୁ ବାୟୁ ପ୍ରଚଣ୍ଡ ରୂପେ ବହିଲା।

3ପୁଣି, ଏକଆରେକଠାରୁ ଭିନ୍ନ ଚାରି ବୃହତ ପଶୁ ସମୁଦ୍ରରୁ ଉଠି ଆସିଲେ।

4ପ୍ରଥମ ପଶୁ ସିଂହ ତୁଲ୍ୟ ଓ ଉତ୍କ୍ରୋଶ ପକ୍ଷୀ ପରି ତାହାର ଡେଣା ଥିଲା; ମୁଁ ଦେଖୁ ଦେଖୁ ତାହାର ସେହି ଡେଣା ଉପୁଡ଼ା ଗଲା, ଆଉ ସେ ପୃଥିବୀରୁ ଉଠାଗଲା ଓ ମନୁଷ୍ୟ ପରି ଦୁଇ ଚରଣରେ ତାକୁ ଠିଆ କରାଗଲା, ପୁଣି ତାହାକୁ ମନୁଷ୍ୟର ଅନ୍ତଃକରଣ ଦିଆଗଲା।

5ଏଥିଉତ୍ତାରେ ଦେଖ, ଆଉ ଗୋଟିଏ, ଅର୍ଥାତ୍‍, ଦ୍ୱିତୀୟ ପଶୁ ଭଲ୍ଲୁକର ସଦୃଶ ଥିଲା, ସେ ଏକ ପାର୍ଶ୍ୱରେ ଉଠାଗଲା ଓ ତାହାର ମୁଖରେ ଦନ୍ତ ମଧ୍ୟରେ ତିନି ଖଣ୍ଡ ପଞ୍ଜରା ଥିଲା; ଆଉ, ତାହାକୁ ଏହି କଥା କୁହାଗଲା, ‘ଉଠ, ଅନେକ ଲୋକଙ୍କୁ ଗ୍ରାସ କର।’

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.