2ଦାନିୟେଲ କହିଲେ, “ମୁଁ ରାତ୍ରିକାଳରେ ଦର୍ଶନକ୍ରମେ ଦେଖିଲି ଯେ, ଦେଖ, ମହାସମୁଦ୍ର ଉପରେ ଆକାଶର ଚତୁର୍ଦ୍ଦିଗରୁ ବାୟୁ ପ୍ରଚଣ୍ଡ ରୂପେ ବହିଲା।
3ପୁଣି, ଏକଆରେକଠାରୁ ଭିନ୍ନ ଚାରି ବୃହତ ପଶୁ ସମୁଦ୍ରରୁ ଉଠି ଆସିଲେ।
4ପ୍ରଥମ ପଶୁ ସିଂହ ତୁଲ୍ୟ ଓ ଉତ୍କ୍ରୋଶ ପକ୍ଷୀ ପରି ତାହାର ଡେଣା ଥିଲା; ମୁଁ ଦେଖୁ ଦେଖୁ ତାହାର ସେହି ଡେଣା ଉପୁଡ଼ା ଗଲା, ଆଉ ସେ ପୃଥିବୀରୁ ଉଠାଗଲା ଓ ମନୁଷ୍ୟ ପରି ଦୁଇ ଚରଣରେ ତାକୁ ଠିଆ କରାଗଲା, ପୁଣି ତାହାକୁ ମନୁଷ୍ୟର ଅନ୍ତଃକରଣ ଦିଆଗଲା।
5ଏଥିଉତ୍ତାରେ ଦେଖ, ଆଉ ଗୋଟିଏ, ଅର୍ଥାତ୍, ଦ୍ୱିତୀୟ ପଶୁ ଭଲ୍ଲୁକର ସଦୃଶ ଥିଲା, ସେ ଏକ ପାର୍ଶ୍ୱରେ ଉଠାଗଲା ଓ ତାହାର ମୁଖରେ ଦନ୍ତ ମଧ୍ୟରେ ତିନି ଖଣ୍ଡ ପଞ୍ଜରା ଥିଲା; ଆଉ, ତାହାକୁ ଏହି କଥା କୁହାଗଲା, ‘ଉଠ, ଅନେକ ଲୋକଙ୍କୁ ଗ୍ରାସ କର।’
6ଏଉତ୍ତାରେ ମୁଁ ଦେଖିଲି, ଦେଖ, ଚିତାବାଘ ସଦୃଶ ଆଉ ଗୋଟିଏ ପଶୁ, ତାହାର ପିଠିରେ ପକ୍ଷୀର ଚାରି ଡେଣା ଥିଲା; ମଧ୍ୟ ସେ ପଶୁର ଚାରି ମସ୍ତକ ଥିଲା ଆଉ, ତାହାକୁ କର୍ତ୍ତୃତ୍ୱ ଦିଆଗଲା।