3ପୁଣି, ଏକଆରେକଠାରୁ ଭିନ୍ନ ଚାରି ବୃହତ ପଶୁ ସମୁଦ୍ରରୁ ଉଠି ଆସିଲେ।
4ପ୍ରଥମ ପଶୁ ସିଂହ ତୁଲ୍ୟ ଓ ଉତ୍କ୍ରୋଶ ପକ୍ଷୀ ପରି ତାହାର ଡେଣା ଥିଲା; ମୁଁ ଦେଖୁ ଦେଖୁ ତାହାର ସେହି ଡେଣା ଉପୁଡ଼ା ଗଲା, ଆଉ ସେ ପୃଥିବୀରୁ ଉଠାଗଲା ଓ ମନୁଷ୍ୟ ପରି ଦୁଇ ଚରଣରେ ତାକୁ ଠିଆ କରାଗଲା, ପୁଣି ତାହାକୁ ମନୁଷ୍ୟର ଅନ୍ତଃକରଣ ଦିଆଗଲା।
5ଏଥିଉତ୍ତାରେ ଦେଖ, ଆଉ ଗୋଟିଏ, ଅର୍ଥାତ୍, ଦ୍ୱିତୀୟ ପଶୁ ଭଲ୍ଲୁକର ସଦୃଶ ଥିଲା, ସେ ଏକ ପାର୍ଶ୍ୱରେ ଉଠାଗଲା ଓ ତାହାର ମୁଖରେ ଦନ୍ତ ମଧ୍ୟରେ ତିନି ଖଣ୍ଡ ପଞ୍ଜରା ଥିଲା; ଆଉ, ତାହାକୁ ଏହି କଥା କୁହାଗଲା, ‘ଉଠ, ଅନେକ ଲୋକଙ୍କୁ ଗ୍ରାସ କର।’
6ଏଉତ୍ତାରେ ମୁଁ ଦେଖିଲି, ଦେଖ, ଚିତାବାଘ ସଦୃଶ ଆଉ ଗୋଟିଏ ପଶୁ, ତାହାର ପିଠିରେ ପକ୍ଷୀର ଚାରି ଡେଣା ଥିଲା; ମଧ୍ୟ ସେ ପଶୁର ଚାରି ମସ୍ତକ ଥିଲା ଆଉ, ତାହାକୁ କର୍ତ୍ତୃତ୍ୱ ଦିଆଗଲା।
7ଏଥିଉତ୍ତାରେ ମୁଁ ରାତ୍ରିକାଳର ଦର୍ଶନରେ ଦେଖିଲି, ଦେଖ, ଚତୁର୍ଥ ପଶୁ, ସେ ଭୟଙ୍କର, କ୍ଷମତାପନ୍ନ ଓ ଅତିଶୟ ବଳବାନ ଓ ତାହାର ବଡ଼ ବଡ଼ ଲୌହମୟ ଦନ୍ତ ଥିଲା; ସେ ଗ୍ରାସ କଲା ଓ ଭାଙ୍ଗି ଚୂର୍ଣ୍ଣ କଲା ଓ ଅବଶିଷ୍ଟ ଯାହା ରହିଲା, ତାହା ପଦ ତଳେ ଦଳିତ କଲା; ଆଉ, ସେ ତାହାର ପୂର୍ବବର୍ତ୍ତୀ ସବୁ ପଶୁମାନଙ୍କଠାରୁ ଭିନ୍ନ; ପୁଣି ତାହାର ଦଶ ଶୃଙ୍ଗ ଥିଲା।