1ବେଲ୍ଶତ୍ସର ରାଜାର ରାଜତ୍ଵର ତୃତୀୟ ବର୍ଷରେ ମୁଁ ଦାନିୟେଲ ପ୍ରଥମ ଦର୍ଶନର ଉତ୍ତାରେ ଆଉ ଏକ ଦର୍ଶନ ପାଇଲି।
2ପୁଣି, ମୁଁ ଦର୍ଶନକ୍ରମେ ଦେଖିଲି; ମୁଁ ଦେଖୁ ଦେଖୁ ଦେଖିଲି ଯେ, ମୁଁ ଏଲମ୍ ପ୍ରଦେଶସ୍ଥ ଶୂଶନ୍ ରାଜଗୃହରେ ଅଛି; ଆଉ, ସେହି ଦର୍ଶନରେ ମୁଁ ଦେଖିଲି ଯେ, ମୁଁ ଉଳୟ ନଦୀ ନିକଟରେ ଅଛି।
3ତହିଁରେ ମୁଁ ଚକ୍ଷୁ ଖୋଲି ଦେଖିଲି ଯେ, ଦେଖ, ନଦୀ ସମ୍ମୁଖରେ ଏକ ମେଷ ଠିଆ ହୋଇଅଛି, ତାହାର ଦୁଇ ଶୃଙ୍ଗ ଓ ସେହି ଦୁଇ ଶୃଙ୍ଗ ଉଚ୍ଚ; ମାତ୍ର ଏକ ଶୃଙ୍ଗ ଅନ୍ୟ ଅପେକ୍ଷା ଉଚ୍ଚ ଓ ଯାହା ଉଚ୍ଚ, ତାହା ପଶ୍ଚାତ୍ ଉତ୍ପନ୍ନ ହେଲା।