9ପୁଣି, ସେହି ଶୃଙ୍ଗମାନର ଗୋଟିକର ମଧ୍ୟରୁ ଗୋଟିଏ କ୍ଷୁଦ୍ର ଶୃଙ୍ଗ ଉତ୍ପନ୍ନ ହୋଇ ଦକ୍ଷିଣ ଓ ପୂର୍ବ ରମ୍ୟ ଦେଶ ଆଡ଼େ ଅତିଶୟ ବୃଦ୍ଧି ପାଇଲା।
10ଆଉ, ତାହା ଆକାଶମଣ୍ଡଳର ବାହିନୀ ପର୍ଯ୍ୟନ୍ତ ହିଁ ବୃଦ୍ଧି ପାଇଲା ଓ ସେହି ବାହିନୀ ଓ ତାରାଗଣର କେତେକଙ୍କୁ ଭୂମିରେ ପକାଇ ସେମାନଙ୍କୁ ପଦ ତଳେ ଦଳିଲା।
11ହଁ, ସେହି ବାହିନୀଗଣର ଅଧିପତି ବିରୁଦ୍ଧରେ ଆପଣାର ବଡ଼ାଇ କରି ତାହାଙ୍କଠାରୁ ନିତ୍ୟ ହୋମାର୍ଥକ ବଳି ଅପହରଣ କଲା ଓ ତାହାଙ୍କ ଧର୍ମଧାମ ନିପାତିତ ହେଲା।
12ପୁଣି, ଆଜ୍ଞାଲଙ୍ଘନ ସକାଶୁ ନିତ୍ୟ ହୋମବଳି ସହିତ ବାହିନୀ ତାହା ହସ୍ତରେ ସମର୍ପିତ ହେଲା ଓ ସେ ସତ୍ୟତାକୁ ଭୂମିରେ ନିପାତ କଲା, ଆଉ ସ୍ଵେଚ୍ଛାମତ କର୍ମ କରି ସଫଳତା ଲାଭ କଲା।
13ଏଉତ୍ତାରେ ମୁଁ ଏକ ପବିତ୍ର ବ୍ୟକ୍ତି କଥା କହିବାର ଶୁଣିଲି; ଆଉ, ଯେ କଥା କହିଲେ, ତାଙ୍କୁ ଅନ୍ୟ ଏକ ପବିତ୍ର ବ୍ୟକ୍ତି ପଚାରିଲେ, “ନିତ୍ୟ ହୋମବଳି ଓ ଧ୍ୱଂସକାରୀ ଆଜ୍ଞାଲଙ୍ଘନ ଓ ଦଳିତ ହେବା ନିମନ୍ତେ ଧର୍ମଧାମର ଓ ବାହିନୀର ସମର୍ପଣ ହେବା ବିଷୟକ ଯେଉଁ ଦର୍ଶନ, ତାହା କେତେ କାଳ ପର୍ଯ୍ୟନ୍ତ ହେବ?”