11ହଁ, ସେହି ବାହିନୀଗଣର ଅଧିପତି ବିରୁଦ୍ଧରେ ଆପଣାର ବଡ଼ାଇ କରି ତାହାଙ୍କଠାରୁ ନିତ୍ୟ ହୋମାର୍ଥକ ବଳି ଅପହରଣ କଲା ଓ ତାହାଙ୍କ ଧର୍ମଧାମ ନିପାତିତ ହେଲା।
12ପୁଣି, ଆଜ୍ଞାଲଙ୍ଘନ ସକାଶୁ ନିତ୍ୟ ହୋମବଳି ସହିତ ବାହିନୀ ତାହା ହସ୍ତରେ ସମର୍ପିତ ହେଲା ଓ ସେ ସତ୍ୟତାକୁ ଭୂମିରେ ନିପାତ କଲା, ଆଉ ସ୍ଵେଚ୍ଛାମତ କର୍ମ କରି ସଫଳତା ଲାଭ କଲା।
13ଏଉତ୍ତାରେ ମୁଁ ଏକ ପବିତ୍ର ବ୍ୟକ୍ତି କଥା କହିବାର ଶୁଣିଲି; ଆଉ, ଯେ କଥା କହିଲେ, ତାଙ୍କୁ ଅନ୍ୟ ଏକ ପବିତ୍ର ବ୍ୟକ୍ତି ପଚାରିଲେ, “ନିତ୍ୟ ହୋମବଳି ଓ ଧ୍ୱଂସକାରୀ ଆଜ୍ଞାଲଙ୍ଘନ ଓ ଦଳିତ ହେବା ନିମନ୍ତେ ଧର୍ମଧାମର ଓ ବାହିନୀର ସମର୍ପଣ ହେବା ବିଷୟକ ଯେଉଁ ଦର୍ଶନ, ତାହା କେତେ କାଳ ପର୍ଯ୍ୟନ୍ତ ହେବ?”
14ତହିଁରେ ସେ ମୋତେ କହିଲେ, “ଦୁଇ ହଜାର ତିନି ଶହ ସନ୍ଧ୍ୟା ଓ ପ୍ରାତଃକାଳ ପର୍ଯ୍ୟନ୍ତ; ତହିଁ ଉତ୍ତାରେ ଧର୍ମଧାମ ପରିଷ୍କୃତ ହେବ।”
15ଏଥିଉତ୍ତାରେ ମୁଁ ଦାନିୟେଲ ଏହି ଦର୍ଶନ ପାଇଲା ଉତ୍ତାରେ ତାହା ବୁଝିବା ପାଇଁ ଚେଷ୍ଟା କଲି; ଆଉ ଦେଖ, ମନୁଷ୍ୟାକୃତି ଏକ ବ୍ୟକ୍ତି ସମ୍ମୁଖରେ ଠିଆ ହେଲେ।