ଦାନିୟେଲ 8

ସେ ମୋତେ କଥା କହୁ କହୁ ମୁଁ ଭୂମି ଆଡ଼େ ମୁଖ କରି ଘୋର ନିଦ୍ରାଗ୍ରସ୍ତ ହେଲି; ମାତ୍ର ସେ ସ୍ପର୍ଶ କରି ମୋତେ ଠିଆ କରାଇଲେ।

Daniel 8:18 (UKJV) Now as he was speaking with me, I was in a deep sleep on my face toward the ground: but he touched me, and set me upright.

16ପୁଣି, ଉଳୟ ନଦୀ ମଧ୍ୟରୁ ମୁଁ ମନୁଷ୍ୟର ରବ ଶୁଣିଲି, ସେ ଡାକି କହିଲେ, “ହେ ଗାବ୍ରିଏଲ, ଏହି ମନୁଷ୍ୟକୁ ଦର୍ଶନର ତାତ୍ପର୍ଯ୍ୟ ବୁଝାଇ ଦିଅ।”

17ତହିଁରେ ମୁଁ ଯେଉଁ ସ୍ଥାନରେ ଠିଆ ହୋଇଥିଲି, ସେହି ସ୍ଥାନର ନିକଟକୁ ସେ ଆସିଲେ; ପୁଣି, ସେ ଆସନ୍ତେ, ମୁଁ ଭୀତ ହେଲି ଓ ମୁହଁ ମାଡ଼ି ପଡ଼ିଲି; ମାତ୍ର ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ବୁଝ; କାରଣ ଏହି ଦର୍ଶନ ଶେଷ କାଳ ବିଷୟକ।”

18ସେ ମୋତେ କଥା କହୁ କହୁ ମୁଁ ଭୂମି ଆଡ଼େ ମୁଖ କରି ଘୋର ନିଦ୍ରାଗ୍ରସ୍ତ ହେଲି; ମାତ୍ର ସେ ସ୍ପର୍ଶ କରି ମୋତେ ଠିଆ କରାଇଲେ।

19ଆଉ, ସେ ମୋତେ କହିଲେ, “ଦେଖ, କ୍ରୋଧର ପରିଣାମ ସମୟରେ ଯାହା ଘଟିବ, ତାହା ଆମ୍ଭେ ତୁମ୍ଭକୁ ଜଣାଇବା; କାରଣ ଏହା ନିରୂପିତ ଶେଷ କାଳର କଥା।

20ତୁମ୍ଭେ ଯେଉଁ ମେଷ ଦେଖିଲ, ତାହାର ଦୁଇ ଶୃଙ୍ଗ ମାଦୀୟ ଓ ପାରସିକ ରାଜା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.