18ସେ ମୋତେ କଥା କହୁ କହୁ ମୁଁ ଭୂମି ଆଡ଼େ ମୁଖ କରି ଘୋର ନିଦ୍ରାଗ୍ରସ୍ତ ହେଲି; ମାତ୍ର ସେ ସ୍ପର୍ଶ କରି ମୋତେ ଠିଆ କରାଇଲେ।
19ଆଉ, ସେ ମୋତେ କହିଲେ, “ଦେଖ, କ୍ରୋଧର ପରିଣାମ ସମୟରେ ଯାହା ଘଟିବ, ତାହା ଆମ୍ଭେ ତୁମ୍ଭକୁ ଜଣାଇବା; କାରଣ ଏହା ନିରୂପିତ ଶେଷ କାଳର କଥା।
20ତୁମ୍ଭେ ଯେଉଁ ମେଷ ଦେଖିଲ, ତାହାର ଦୁଇ ଶୃଙ୍ଗ ମାଦୀୟ ଓ ପାରସିକ ରାଜା।
21ପୁଣି, ସେ ଲୋମଶ ଛାଗ ଯବନ ଦେଶର ରାଜା ଓ ତାହାର ଦୁଇ ଚକ୍ଷୁର ମଧ୍ୟସ୍ଥାନରେ ଥିବାର ବୃହତ ଶୃଙ୍ଗ ପ୍ରଥମ ରାଜା।
22ଆଉ, ଯେଉଁ ଶୃଙ୍ଗ ଭଗ୍ନ ହୋଇ ତହିଁର ସ୍ଥାନରେ ଯେ ଚାରି ଶୃଙ୍ଗ ଉତ୍ପନ୍ନ ହେଲା, ଏଥିରେ ସେହି ଦେଶୀୟମାନଙ୍କ ମଧ୍ୟରୁ ଚାରି ରାଜ୍ୟ ଉତ୍ପନ୍ନ ହେବାର ଜାଣିବ, ମାତ୍ର ପରାକ୍ରମରେ ତାହାର ତୁଲ୍ୟ ନୋହିବ।