19ଆଉ, ସେ ମୋତେ କହିଲେ, “ଦେଖ, କ୍ରୋଧର ପରିଣାମ ସମୟରେ ଯାହା ଘଟିବ, ତାହା ଆମ୍ଭେ ତୁମ୍ଭକୁ ଜଣାଇବା; କାରଣ ଏହା ନିରୂପିତ ଶେଷ କାଳର କଥା।
20ତୁମ୍ଭେ ଯେଉଁ ମେଷ ଦେଖିଲ, ତାହାର ଦୁଇ ଶୃଙ୍ଗ ମାଦୀୟ ଓ ପାରସିକ ରାଜା।
21ପୁଣି, ସେ ଲୋମଶ ଛାଗ ଯବନ ଦେଶର ରାଜା ଓ ତାହାର ଦୁଇ ଚକ୍ଷୁର ମଧ୍ୟସ୍ଥାନରେ ଥିବାର ବୃହତ ଶୃଙ୍ଗ ପ୍ରଥମ ରାଜା।
22ଆଉ, ଯେଉଁ ଶୃଙ୍ଗ ଭଗ୍ନ ହୋଇ ତହିଁର ସ୍ଥାନରେ ଯେ ଚାରି ଶୃଙ୍ଗ ଉତ୍ପନ୍ନ ହେଲା, ଏଥିରେ ସେହି ଦେଶୀୟମାନଙ୍କ ମଧ୍ୟରୁ ଚାରି ରାଜ୍ୟ ଉତ୍ପନ୍ନ ହେବାର ଜାଣିବ, ମାତ୍ର ପରାକ୍ରମରେ ତାହାର ତୁଲ୍ୟ ନୋହିବ।
23ପୁଣି, ସେମାନଙ୍କ ରାଜ୍ୟର ପରିଣାମ ସମୟରେ ଯେତେବେଳେ ଆଜ୍ଞା-ଲଙ୍ଘନକାରୀମାନଙ୍କର ଆଜ୍ଞାଲଙ୍ଘନ ସମ୍ପୂର୍ଣ୍ଣ ହେବ, ସେତେବେଳେ ଭୟଙ୍କର ବଦନ ଓ ନିଗୂଢ଼ ବାକ୍ୟ-ଜ୍ଞାନୀ ଏକ ରାଜା ଉତ୍ପନ୍ନ ହେବ।