22ଆଉ, ଯେଉଁ ଶୃଙ୍ଗ ଭଗ୍ନ ହୋଇ ତହିଁର ସ୍ଥାନରେ ଯେ ଚାରି ଶୃଙ୍ଗ ଉତ୍ପନ୍ନ ହେଲା, ଏଥିରେ ସେହି ଦେଶୀୟମାନଙ୍କ ମଧ୍ୟରୁ ଚାରି ରାଜ୍ୟ ଉତ୍ପନ୍ନ ହେବାର ଜାଣିବ, ମାତ୍ର ପରାକ୍ରମରେ ତାହାର ତୁଲ୍ୟ ନୋହିବ।
23ପୁଣି, ସେମାନଙ୍କ ରାଜ୍ୟର ପରିଣାମ ସମୟରେ ଯେତେବେଳେ ଆଜ୍ଞା-ଲଙ୍ଘନକାରୀମାନଙ୍କର ଆଜ୍ଞାଲଙ୍ଘନ ସମ୍ପୂର୍ଣ୍ଣ ହେବ, ସେତେବେଳେ ଭୟଙ୍କର ବଦନ ଓ ନିଗୂଢ଼ ବାକ୍ୟ-ଜ୍ଞାନୀ ଏକ ରାଜା ଉତ୍ପନ୍ନ ହେବ।
24ସେ ବଳରେ ପରାକ୍ରାନ୍ତ ହେବ, ମାତ୍ର ତାହାର ନିଜ ବଳରେ ନୁହେଁ; ଆଉ, ସେ ଆଶ୍ଚର୍ଯ୍ୟ ରୂପେ ବିନାଶ କରିବ ଓ ସମୃଦ୍ଧ ହୋଇ ସ୍ଵେଚ୍ଛାମତ କାର୍ଯ୍ୟ କରିବ; ଆଉ, ସେ ପରାକ୍ରମୀଗଣକୁ ଓ ପବିତ୍ର ଲୋକମାନଙ୍କୁ ବିନାଶ କରିବ।
25ପୁଣି, ଆପଣା କୌଶଳ ଦ୍ୱାରା ତାହାର ହସ୍ତରେ ଛଳ ସଫଳ ହେବ ଓ ସେ ଆପଣା ଅନ୍ତଃକରଣରେ ନିଜକୁ ବଡ଼ାଇ କରିବ ଓ ସେମାନଙ୍କ ନିରାପଦ କାଳରେ ଅନେକଙ୍କୁ ବିନାଶ କରିବ; ଆହୁରି, ସେ ଅଧିପତିଗଣର ଅଧିପତିଙ୍କ ପ୍ରତିକୂଳରେ ଠିଆ ହେବ; ମାତ୍ର ସେ ବିନା ହସ୍ତରେ ଭଗ୍ନ ହେବ।
26ଆଉ, ସନ୍ଧ୍ୟା ଓ ପ୍ରାତଃକାଳ ବିଷୟରେ କଥିତ ଦର୍ଶନ ସତ୍ୟ; ମାତ୍ର ତୁମ୍ଭେ ଏହି ଦର୍ଶନ ମୁଦ୍ରାଙ୍କିତ କର; କାରଣ ତାହା ଆଗାମୀ ଅନେକ ଦିନର କଥା।”