1ବେଲ୍ଶତ୍ସର ରାଜାର ରାଜତ୍ଵର ତୃତୀୟ ବର୍ଷରେ ମୁଁ ଦାନିୟେଲ ପ୍ରଥମ ଦର୍ଶନର ଉତ୍ତାରେ ଆଉ ଏକ ଦର୍ଶନ ପାଇଲି।
2ପୁଣି, ମୁଁ ଦର୍ଶନକ୍ରମେ ଦେଖିଲି; ମୁଁ ଦେଖୁ ଦେଖୁ ଦେଖିଲି ଯେ, ମୁଁ ଏଲମ୍ ପ୍ରଦେଶସ୍ଥ ଶୂଶନ୍ ରାଜଗୃହରେ ଅଛି; ଆଉ, ସେହି ଦର୍ଶନରେ ମୁଁ ଦେଖିଲି ଯେ, ମୁଁ ଉଳୟ ନଦୀ ନିକଟରେ ଅଛି।
3ତହିଁରେ ମୁଁ ଚକ୍ଷୁ ଖୋଲି ଦେଖିଲି ଯେ, ଦେଖ, ନଦୀ ସମ୍ମୁଖରେ ଏକ ମେଷ ଠିଆ ହୋଇଅଛି, ତାହାର ଦୁଇ ଶୃଙ୍ଗ ଓ ସେହି ଦୁଇ ଶୃଙ୍ଗ ଉଚ୍ଚ; ମାତ୍ର ଏକ ଶୃଙ୍ଗ ଅନ୍ୟ ଅପେକ୍ଷା ଉଚ୍ଚ ଓ ଯାହା ଉଚ୍ଚ, ତାହା ପଶ୍ଚାତ୍ ଉତ୍ପନ୍ନ ହେଲା।
4ମୁଁ ସେହି ମେଷକୁ ପଶ୍ଚିମ, ଉତ୍ତର ଓ ଦକ୍ଷିଣ ଦିଗକୁ ପେଲି ମାଡ଼ିବାର ଦେଖିଲି; ଆଉ, କୌଣସି ପଶୁ ତାହା ସମ୍ମୁଖରେ ଠିଆ ହୋଇ ପାରିଲେ ନାହିଁ, କିଅବା ତାହାର ହସ୍ତରୁ ଉଦ୍ଧାର କରିବାକୁ କେହି ନ ଥିଲା; ମାତ୍ର ସେ ସ୍ଵେଚ୍ଛାମତ କର୍ମ କରି ଆପଣାର ବଡ଼ାଇ ପ୍ରକାଶ କଲା।
5ପୁଣି, ମୁଁ ଏହି ବିଷୟ ବିବେଚନା କରୁ କରୁ ଦେଖିଲି ଯେ, ଦେଖ, ଏକ ଛାଗ ପଶ୍ଚିମ ଦିଗରୁ ସମୁଦାୟ ପୃଥିବୀ ପାର ହୋଇ ଆସିଲା ଓ ସେ ଭୂମି ସ୍ପର୍ଶ କଲା ନାହିଁ; ଆଉ, ସେହି ଛାଗର ଦୁଇ ଚକ୍ଷୁ ମଧ୍ୟରେ ଗୋଟିଏ ବିଲକ୍ଷଣ ଶୃଙ୍ଗ ଥିଲା।