ଦାନିୟେଲ 8

ମୁଁ ସେହି ମେଷକୁ ପଶ୍ଚିମ, ଉତ୍ତର ଓ ଦକ୍ଷିଣ ଦିଗକୁ ପେଲି ମାଡ଼ିବାର ଦେଖିଲି; ଆଉ, କୌଣସି ପଶୁ ତାହା ସମ୍ମୁଖରେ ଠିଆ ହୋଇ ପାରିଲେ ନାହିଁ, କିଅବା ତାହାର ହସ୍ତରୁ ଉଦ୍ଧାର କରିବାକୁ କେହି ନ ଥିଲା; ମାତ୍ର ସେ ସ୍ଵେଚ୍ଛାମତ କର୍ମ କରି ଆପଣାର ବଡ଼ାଇ ପ୍ରକାଶ କଲା।

Daniel 8:4 (UKJV) I saw the ram pushing westward, and northward, and southward; so that no beasts might stand before him, neither was there any that could deliver out of his hand; but he did according to his will, and became great.

2ପୁଣି, ମୁଁ ଦର୍ଶନକ୍ରମେ ଦେଖିଲି; ମୁଁ ଦେଖୁ ଦେଖୁ ଦେଖିଲି ଯେ, ମୁଁ ଏଲମ୍‍ ପ୍ରଦେଶସ୍ଥ ଶୂଶନ୍‍ ରାଜଗୃହରେ ଅଛି; ଆଉ, ସେହି ଦର୍ଶନରେ ମୁଁ ଦେଖିଲି ଯେ, ମୁଁ ଉଳୟ ନଦୀ ନିକଟରେ ଅଛି।

3ତହିଁରେ ମୁଁ ଚକ୍ଷୁ ଖୋଲି ଦେଖିଲି ଯେ, ଦେଖ, ନଦୀ ସମ୍ମୁଖରେ ଏକ ମେଷ ଠିଆ ହୋଇଅଛି, ତାହାର ଦୁଇ ଶୃଙ୍ଗ ଓ ସେହି ଦୁଇ ଶୃଙ୍ଗ ଉଚ୍ଚ; ମାତ୍ର ଏକ ଶୃଙ୍ଗ ଅନ୍ୟ ଅପେକ୍ଷା ଉଚ୍ଚ ଓ ଯାହା ଉଚ୍ଚ, ତାହା ପଶ୍ଚାତ୍‍ ଉତ୍ପନ୍ନ ହେଲା।

4ମୁଁ ସେହି ମେଷକୁ ପଶ୍ଚିମ, ଉତ୍ତର ଓ ଦକ୍ଷିଣ ଦିଗକୁ ପେଲି ମାଡ଼ିବାର ଦେଖିଲି; ଆଉ, କୌଣସି ପଶୁ ତାହା ସମ୍ମୁଖରେ ଠିଆ ହୋଇ ପାରିଲେ ନାହିଁ, କିଅବା ତାହାର ହସ୍ତରୁ ଉଦ୍ଧାର କରିବାକୁ କେହି ନ ଥିଲା; ମାତ୍ର ସେ ସ୍ଵେଚ୍ଛାମତ କର୍ମ କରି ଆପଣାର ବଡ଼ାଇ ପ୍ରକାଶ କଲା।

5ପୁଣି, ମୁଁ ଏହି ବିଷୟ ବିବେଚନା କରୁ କରୁ ଦେଖିଲି ଯେ, ଦେଖ, ଏକ ଛାଗ ପଶ୍ଚିମ ଦିଗରୁ ସମୁଦାୟ ପୃଥିବୀ ପାର ହୋଇ ଆସିଲା ଓ ସେ ଭୂମି ସ୍ପର୍ଶ କଲା ନାହିଁ; ଆଉ, ସେହି ଛାଗର ଦୁଇ ଚକ୍ଷୁ ମଧ୍ୟରେ ଗୋଟିଏ ବିଲକ୍ଷଣ ଶୃଙ୍ଗ ଥିଲା।

6ଆଉ, ମୁଁ ଯେଉଁ ଦୁଇ ଶୃଙ୍ଗବିଶିଷ୍ଟ ମେଷକୁ ନଦୀ ସମ୍ମୁଖରେ ଠିଆ ହେବାର ଦେଖିଲି, ତାହା ଆଡ଼କୁ ସେ ଆସି ଆପଣା ବଳର ପ୍ରଚଣ୍ଡତାରେ ତାହା ଉପରକୁ ଧାଇଁଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.