7ପୁଣି, ମୁଁ ଦେଖିଲି ଯେ, ସେ ସେହି ମେଷ ନିକଟକୁ ଆସିଲା ଓ ତାହା ଉପରେ ପ୍ରଚଣ୍ଡ କ୍ରୋଧରେ ଉତ୍ତେଜିତ ହୋଇ ସେହି ମେଷକୁ ଆଘାତ କଲା ଓ ତାହାର ଦୁଇ ଶୃଙ୍ଗ ଭାଙ୍ଗି ପକାଇଲା ଓ ତାହା ସମ୍ମୁଖରେ ଠିଆ ହେବା ପାଇଁ ସେହି ମେଷର ଆଉ ଶକ୍ତି ରହିଲା ନାହିଁ; ମାତ୍ର ସେ ଛାଗ ତାହାକୁ ଭୂମିରେ ପକାଇ ପଦରେ ଦଳିଲା, ଆଉ ତାହାର ହସ୍ତରୁ ସେହି ମେଷକୁ ଉଦ୍ଧାର କରିବା ପାଇଁ କେହି ନ ଥିଲା।
8ଏଉତ୍ତାରେ ସେ ଛାଗ ଆପଣାର ଅତିଶୟ ବଡ଼ାଇ ପ୍ରକାଶ କଲା ଓ ସେ ବଳବାନ ଥିଲା ବେଳେ ତାହାର ବୃହତ ଶୃଙ୍ଗ ଭଗ୍ନ ହେଲା; ଆଉ, ତହିଁର ପରିବର୍ତ୍ତରେ ଆକାଶର ଚତୁର୍ଦ୍ଦିଗ ଆଡ଼େ ଚାରି ବିଲକ୍ଷଣ ଶୃଙ୍ଗ ଉତ୍ପନ୍ନ ହେଲା।
9ପୁଣି, ସେହି ଶୃଙ୍ଗମାନର ଗୋଟିକର ମଧ୍ୟରୁ ଗୋଟିଏ କ୍ଷୁଦ୍ର ଶୃଙ୍ଗ ଉତ୍ପନ୍ନ ହୋଇ ଦକ୍ଷିଣ ଓ ପୂର୍ବ ରମ୍ୟ ଦେଶ ଆଡ଼େ ଅତିଶୟ ବୃଦ୍ଧି ପାଇଲା।
10ଆଉ, ତାହା ଆକାଶମଣ୍ଡଳର ବାହିନୀ ପର୍ଯ୍ୟନ୍ତ ହିଁ ବୃଦ୍ଧି ପାଇଲା ଓ ସେହି ବାହିନୀ ଓ ତାରାଗଣର କେତେକଙ୍କୁ ଭୂମିରେ ପକାଇ ସେମାନଙ୍କୁ ପଦ ତଳେ ଦଳିଲା।
11ହଁ, ସେହି ବାହିନୀଗଣର ଅଧିପତି ବିରୁଦ୍ଧରେ ଆପଣାର ବଡ଼ାଇ କରି ତାହାଙ୍କଠାରୁ ନିତ୍ୟ ହୋମାର୍ଥକ ବଳି ଅପହରଣ କଲା ଓ ତାହାଙ୍କ ଧର୍ମଧାମ ନିପାତିତ ହେଲା।