1ମାଦୀୟ ବଂଶଜାତ ଅକ୍ଷଶ୍ୱେରଶର ପୁତ୍ର ଯେ ଦାରୀୟାବସ କଲ୍ଦୀୟ ରାଜ୍ୟ ଉପରେ ରାଜା ନିଯୁକ୍ତ ହୋଇଥିଲା, ତାହାର ପ୍ରଥମ ବର୍ଷରେ।
2ତାହାର ଶାସନ କାଳର ପ୍ରଥମ ବର୍ଷରେ ମୁଁ, ଦାନିୟେଲ, ଶାସ୍ତ୍ର ଦ୍ୱାରା ବର୍ଷର ସଂଖ୍ୟା, ଅର୍ଥାତ୍, ଯିରୂଶାଲମର ଉଚ୍ଛିନ୍ନତାର ସମୟ ସତୁରି ବର୍ଷ ହେବା ବିଷୟରେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କର ନିକଟରେ ଉପସ୍ଥିତ ହୋଇଥିଲା, ତାହା ମୁଁ ବୁଝିଲି।
3ଏଣୁ ମୁଁ ଉପବାସ, ଚଟ ପରିଧାନ ଓ ଭସ୍ମ ଲେପନ କରି ପ୍ରାର୍ଥନା ଓ ବିନତି ଦ୍ୱାରା ପ୍ରଭୁ ପରମେଶ୍ୱରଙ୍କର ଅନ୍ଵେଷଣ କରିବା ପାଇଁ ତାହାଙ୍କ ପ୍ରତି ଦୃଷ୍ଟି କଲି।