ଦାନିୟେଲ 9

ମୋଶାଙ୍କ ବ୍ୟବସ୍ଥାର ଲିଖନାନୁସାରେ ଏହିସବୁ ଅମଙ୍ଗଳ ଆମ୍ଭମାନଙ୍କ ପ୍ରତି ଘଟିଅଛି; ତଥାପି ଆମ୍ଭେମାନେ ଆପଣା ଆପଣା ଅଧର୍ମରୁ ଫେରିବା ପାଇଁ ଓ ତୁମ୍ଭର ସତ୍ୟତା ବୁଝିବା ପାଇଁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ବିନତି କରି ନାହୁଁ।

Daniel 9:13 (UKJV) As it is written in the law of Moses, all this evil has come upon us: yet made we not our prayer before the LORD our God, that we might turn from our iniquities, and understand your truth.

11ହଁ, ସମୁଦାୟ ଇସ୍ରାଏଲ ତୁମ୍ଭର ବ୍ୟବସ୍ଥା ଲଙ୍ଘନ କରିଅଛନ୍ତି, ତୁମ୍ଭର ରବରେ ଯେପରି ସେମାନେ ମନୋଯୋଗ ନ କରିବେ, ଏଥିପାଇଁ ସେମାନେ ବିପଥଗାମୀ ହୋଇଅଛନ୍ତି, ଏହି କାରଣରୁ ଅଭିଶାପ ଓ ପରମେଶ୍ୱରଙ୍କ ସେବକ ମୋଶାଙ୍କ ବ୍ୟବସ୍ଥାରେ ଲିଖିତ ଶପଥ ଆମ୍ଭମାନଙ୍କ ଉପରେ ଢଳା ଯାଇଅଛି; କାରଣ ଆମ୍ଭେମାନେ ତାହାଙ୍କ ବିରୁଦ୍ଧରେ ପାପ କରିଅଛୁ।

12ପୁଣି, ସେ ଆମ୍ଭମାନଙ୍କ ଉପରେ ମହା ଅମଙ୍ଗଳ ଘଟାଇବା ଦ୍ୱାରା ଆମ୍ଭମାନଙ୍କ ବିରୁଦ୍ଧରେ ଓ ଯେଉଁ ବିଚାରକର୍ତ୍ତାଗଣ ଆମ୍ଭମାନଙ୍କର ବିଚାର କଲେ, ସେମାନଙ୍କ ବିରୁଦ୍ଧରେ ଯାହା କହିଥିଲେ, ଆପଣାର ସେହି ବାକ୍ୟ ସେ ସଫଳ କରିଅଛନ୍ତି; କାରଣ ଯିରୂଶାଲମ ପ୍ରତି ଯାହା କରାଯାଇଅଛି, ସମୁଦାୟ ଆକାଶମଣ୍ଡଳ ତଳେ ସେପରି କରାଯାଇ ନାହିଁ।

13ମୋଶାଙ୍କ ବ୍ୟବସ୍ଥାର ଲିଖନାନୁସାରେ ଏହିସବୁ ଅମଙ୍ଗଳ ଆମ୍ଭମାନଙ୍କ ପ୍ରତି ଘଟିଅଛି; ତଥାପି ଆମ୍ଭେମାନେ ଆପଣା ଆପଣା ଅଧର୍ମରୁ ଫେରିବା ପାଇଁ ଓ ତୁମ୍ଭର ସତ୍ୟତା ବୁଝିବା ପାଇଁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ବିନତି କରି ନାହୁଁ।

14ଏନିମନ୍ତେ ସଦାପ୍ରଭୁ ଅମଙ୍ଗଳାର୍ଥେ ଜାଗ୍ରତ ହୋଇ ଆମ୍ଭମାନଙ୍କ ପ୍ରତି ତାହା ଘଟାଇଅଛନ୍ତି; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯାହା ଯାହା କରନ୍ତି, ଆପଣାର ସେହି ସକଳ କାର୍ଯ୍ୟରେ ସେ ଧାର୍ମିକ ଅଟନ୍ତି, ମାତ୍ର ଆମ୍ଭେମାନେ ତାହାଙ୍କ ରବରେ ମନୋଯୋଗ କରି ନାହୁଁ।

15ଏଣୁ ଏବେ ହେ ପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ ବଳବାନ ହସ୍ତ ଦ୍ୱାରା ମିସର ଦେଶରୁ ଆପଣା ଲୋକମାନଙ୍କୁ ବାହାର କରି ଆଣି ଆଜିକାର ନ୍ୟାୟ କୀର୍ତ୍ତି ଲାଭ କରିଅଛ; ଆମ୍ଭେମାନେ ପାପ କରିଅଛୁ, ଆମ୍ଭେମାନେ ଦୁଷ୍କର୍ମ କରିଅଛୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.