ଦାନିୟେଲ 9

ହେ ପ୍ରଭୁ, ଶୁଣ; ହେ ପ୍ରଭୁ, କ୍ଷମା କର; ହେ ପ୍ରଭୁ, ମନୋଯୋଗ କରି କର୍ମ କର; ବିଳମ୍ବ ନ କର; ହେ ମୋʼ ର ପରମେଶ୍ୱର, ନିଜ ସକାଶେ କର୍ମ କର, କାରଣ ତୁମ୍ଭର ନଗର ଓ ତୁମ୍ଭର ଲୋକମାନେ ତୁମ୍ଭ ନାମରେ ଖ୍ୟାତ ଅଟନ୍ତି।”

Daniel 9:19 (UKJV) O Lord, hear; O Lord, forgive; O Lord, hearken and do; defer not, for yours own sake, O my God: for your city and your people are called by your name.

17ଏହେତୁ ହେ ଆମ୍ଭମାନଙ୍କର ପରମେଶ୍ୱର, ଏବେ ତୁମ୍ଭ ଦାସର ପ୍ରାର୍ଥନା ଓ ବିନତିରେ କର୍ଣ୍ଣପାତ କର ଓ ତୁମ୍ଭର ଏହି ଯେଉଁ ଧର୍ମଧାମ ଧ୍ୱଂସିତ ହୋଇଅଛି, ତହିଁ ପ୍ରତି ପ୍ରଭୁଙ୍କ ସକାଶେ ଆପଣା ମୁଖ ପ୍ରସନ୍ନ କର।

18ହେ ମୋର ପରମେଶ୍ୱର, କର୍ଣ୍ଣ ଡେରି ଶୁଣ; ଆପଣା ଚକ୍ଷୁ ମେଲି ଆମ୍ଭମାନଙ୍କର ଉଚ୍ଛିନ୍ନତା ପ୍ରତି ଓ ତୁମ୍ଭ ନାମରେ ଖ୍ୟାତ ଏହି ନଗର ପ୍ରତି ଦୃଷ୍ଟିପାତ କର; କାରଣ ଆମ୍ଭେମାନେ ନିଜ ଧାର୍ମିକତା ସକାଶୁ ନୁହେଁ, ମାତ୍ର ତୁମ୍ଭର ମହାଦୟା ସକାଶୁ ତୁମ୍ଭ ଛାମୁରେ ଆମ୍ଭମାନଙ୍କର ନିବେଦନ ଉତ୍ସର୍ଗ କରୁଅଛୁ।

19ହେ ପ୍ରଭୁ, ଶୁଣ; ହେ ପ୍ରଭୁ, କ୍ଷମା କର; ହେ ପ୍ରଭୁ, ମନୋଯୋଗ କରି କର୍ମ କର; ବିଳମ୍ବ ନ କର; ହେ ମୋʼ ର ପରମେଶ୍ୱର, ନିଜ ସକାଶେ କର୍ମ କର, କାରଣ ତୁମ୍ଭର ନଗର ଓ ତୁମ୍ଭର ଲୋକମାନେ ତୁମ୍ଭ ନାମରେ ଖ୍ୟାତ ଅଟନ୍ତି।”

20ଏହିରୂପେ ମୁଁ ନିବେଦନ ଓ ପ୍ରାର୍ଥନା କରୁଥିଲି, ପୁଣି ମୋʼ ର ପାପ ଓ ମୋʼ ର ଇସ୍ରାଏଲ ଲୋକଙ୍କର ପାପ ସ୍ୱୀକାର କରୁଥିଲି, ଆଉ ମୋʼ ପରମେଶ୍ୱରଙ୍କ ପବିତ୍ର ପର୍ବତ ନିମନ୍ତେ ସଦାପ୍ରଭୁ ମୋʼ ପରମେଶ୍ୱରଙ୍କ ଛାମୁରେ ଆପଣା ନିବେଦନ ଉତ୍ସର୍ଗ କରୁଥିଲି;

21ଏପରି ମୁଁ ପ୍ରାର୍ଥନା କରି କଥା କହୁ କହୁ ଆଦ୍ୟରେ ଦର୍ଶନରେ ମୁଁ ଯାହାଙ୍କୁ ଦେଖିଥିଲି, ସେହି ପୁରୁଷ ଗାବ୍ରିଏଲ ଶୀଘ୍ର ଉଡ଼ିବା ପାଇଁ ଆଦେଶପ୍ରାପ୍ତ ହୋଇ ପ୍ରାୟ ସନ୍ଧ୍ୟାକାଳୀନ ନୈବେଦ୍ୟ ସମୟରେ ଆସି ମୋତେ ସ୍ପର୍ଶ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.