19ହେ ପ୍ରଭୁ, ଶୁଣ; ହେ ପ୍ରଭୁ, କ୍ଷମା କର; ହେ ପ୍ରଭୁ, ମନୋଯୋଗ କରି କର୍ମ କର; ବିଳମ୍ବ ନ କର; ହେ ମୋʼ ର ପରମେଶ୍ୱର, ନିଜ ସକାଶେ କର୍ମ କର, କାରଣ ତୁମ୍ଭର ନଗର ଓ ତୁମ୍ଭର ଲୋକମାନେ ତୁମ୍ଭ ନାମରେ ଖ୍ୟାତ ଅଟନ୍ତି।”
20ଏହିରୂପେ ମୁଁ ନିବେଦନ ଓ ପ୍ରାର୍ଥନା କରୁଥିଲି, ପୁଣି ମୋʼ ର ପାପ ଓ ମୋʼ ର ଇସ୍ରାଏଲ ଲୋକଙ୍କର ପାପ ସ୍ୱୀକାର କରୁଥିଲି, ଆଉ ମୋʼ ପରମେଶ୍ୱରଙ୍କ ପବିତ୍ର ପର୍ବତ ନିମନ୍ତେ ସଦାପ୍ରଭୁ ମୋʼ ପରମେଶ୍ୱରଙ୍କ ଛାମୁରେ ଆପଣା ନିବେଦନ ଉତ୍ସର୍ଗ କରୁଥିଲି;
21ଏପରି ମୁଁ ପ୍ରାର୍ଥନା କରି କଥା କହୁ କହୁ ଆଦ୍ୟରେ ଦର୍ଶନରେ ମୁଁ ଯାହାଙ୍କୁ ଦେଖିଥିଲି, ସେହି ପୁରୁଷ ଗାବ୍ରିଏଲ ଶୀଘ୍ର ଉଡ଼ିବା ପାଇଁ ଆଦେଶପ୍ରାପ୍ତ ହୋଇ ପ୍ରାୟ ସନ୍ଧ୍ୟାକାଳୀନ ନୈବେଦ୍ୟ ସମୟରେ ଆସି ମୋତେ ସ୍ପର୍ଶ କଲେ।
22ପୁଣି, ସେ ମୋତେ ଶିକ୍ଷା ଦେଲେ ଓ ମୋʼ ସଙ୍ଗେ କଥାବାର୍ତ୍ତା କରି କହିଲେ, “ହେ ଦାନିୟେଲ, ମୁଁ ଏବେ ତୁମ୍ଭକୁ ବୁଦ୍ଧିର କୌଶଳ ଦେବାକୁ ଆସିଲି।
23ତୁମ୍ଭର ବିନତିର ଆରମ୍ଭ ସମୟରେ ଆଜ୍ଞା ନିର୍ଗତ ହେଲା, ଆଉ ତୁମ୍ଭକୁ ଜଣାଇବା ପାଇଁ ମୁଁ ଆସିଅଛି, କାରଣ ତୁମ୍ଭେ ଅତ୍ୟନ୍ତ ପ୍ରିୟପାତ୍ର; ଏଥିପାଇଁ ଏ ବିଷୟ ବିବେଚନା କର ଓ ଦର୍ଶନ ବୁଝ।