2ତାହାର ଶାସନ କାଳର ପ୍ରଥମ ବର୍ଷରେ ମୁଁ, ଦାନିୟେଲ, ଶାସ୍ତ୍ର ଦ୍ୱାରା ବର୍ଷର ସଂଖ୍ୟା, ଅର୍ଥାତ୍, ଯିରୂଶାଲମର ଉଚ୍ଛିନ୍ନତାର ସମୟ ସତୁରି ବର୍ଷ ହେବା ବିଷୟରେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କର ନିକଟରେ ଉପସ୍ଥିତ ହୋଇଥିଲା, ତାହା ମୁଁ ବୁଝିଲି।
3ଏଣୁ ମୁଁ ଉପବାସ, ଚଟ ପରିଧାନ ଓ ଭସ୍ମ ଲେପନ କରି ପ୍ରାର୍ଥନା ଓ ବିନତି ଦ୍ୱାରା ପ୍ରଭୁ ପରମେଶ୍ୱରଙ୍କର ଅନ୍ଵେଷଣ କରିବା ପାଇଁ ତାହାଙ୍କ ପ୍ରତି ଦୃଷ୍ଟି କଲି।
4ପୁଣି, ମୁଁ ସଦାପ୍ରଭୁ ମୋର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲି ଓ ପାପ ସ୍ୱୀକାର କରି କହିଲି, “ହେ ପ୍ରଭୁ, ତୁମ୍ଭେ ମହାନ ଓ ଭୟାନକ ପରମେଶ୍ୱର, ଯେଉଁମାନେ ତୁମ୍ଭଙ୍କୁ ପ୍ରେମ କରନ୍ତି ଓ ତୁମ୍ଭର ଆଜ୍ଞା ପାଳନ କରନ୍ତି, ତୁମ୍ଭେ ସେମାନଙ୍କ ପ୍ରତି ନିୟମ ଓ ଦୟା ରକ୍ଷା କରିଥାଅ।
5ଆମ୍ଭେମାନେ ପାପ ଓ କୁଟିଳାଚରଣ କରିଅଛୁ ଓ ଦୁଷ୍କର୍ମ କରି ବିଦ୍ରୋହୀ ହୋଇଅଛୁ, ଆଉ ତୁମ୍ଭର ବିଧି ଓ ଶାସନର ପଥ ତ୍ୟାଗ କରିଅଛୁ।
6ପୁଣି, ତୁମ୍ଭର ଯେଉଁ ଦାସ ଭବିଷ୍ୟଦ୍ବକ୍ତାଗଣ ଆମ୍ଭମାନଙ୍କର ରାଜାଗଣକୁ, ଆମ୍ଭମାନଙ୍କର ଅଧିପତିଗଣକୁ ଓ ଆମ୍ଭମାନଙ୍କର ପୂର୍ବପୁରୁଷଗଣକୁ ଓ ଦେଶସ୍ଥ ଲୋକସମୂହକୁ ତୁମ୍ଭ ନାମରେ କଥା କହିଲେ, ସେମାନଙ୍କ ପ୍ରତି ଆମ୍ଭେମାନେ କର୍ଣ୍ଣପାତ କରି ନାହୁଁ।