4ପୁଣି, ମୁଁ ସଦାପ୍ରଭୁ ମୋର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲି ଓ ପାପ ସ୍ୱୀକାର କରି କହିଲି, “ହେ ପ୍ରଭୁ, ତୁମ୍ଭେ ମହାନ ଓ ଭୟାନକ ପରମେଶ୍ୱର, ଯେଉଁମାନେ ତୁମ୍ଭଙ୍କୁ ପ୍ରେମ କରନ୍ତି ଓ ତୁମ୍ଭର ଆଜ୍ଞା ପାଳନ କରନ୍ତି, ତୁମ୍ଭେ ସେମାନଙ୍କ ପ୍ରତି ନିୟମ ଓ ଦୟା ରକ୍ଷା କରିଥାଅ।
5ଆମ୍ଭେମାନେ ପାପ ଓ କୁଟିଳାଚରଣ କରିଅଛୁ ଓ ଦୁଷ୍କର୍ମ କରି ବିଦ୍ରୋହୀ ହୋଇଅଛୁ, ଆଉ ତୁମ୍ଭର ବିଧି ଓ ଶାସନର ପଥ ତ୍ୟାଗ କରିଅଛୁ।
6ପୁଣି, ତୁମ୍ଭର ଯେଉଁ ଦାସ ଭବିଷ୍ୟଦ୍ବକ୍ତାଗଣ ଆମ୍ଭମାନଙ୍କର ରାଜାଗଣକୁ, ଆମ୍ଭମାନଙ୍କର ଅଧିପତିଗଣକୁ ଓ ଆମ୍ଭମାନଙ୍କର ପୂର୍ବପୁରୁଷଗଣକୁ ଓ ଦେଶସ୍ଥ ଲୋକସମୂହକୁ ତୁମ୍ଭ ନାମରେ କଥା କହିଲେ, ସେମାନଙ୍କ ପ୍ରତି ଆମ୍ଭେମାନେ କର୍ଣ୍ଣପାତ କରି ନାହୁଁ।
7ହେ ପ୍ରଭୁ ଧାର୍ମିକତା ତୁମ୍ଭର ଅଟେ, ମାତ୍ର ଆଜିକାର ନ୍ୟାୟ ମୁଖର ବିବର୍ଣ୍ଣତା ଆମ୍ଭମାନଙ୍କର; ତୁମ୍ଭ ବିରୁଦ୍ଧରେ କୃତ ସତ୍ୟ-ଲଙ୍ଘନ ସକାଶୁ ଯିହୁଦାର ଲୋକ ଓ ଯିରୂଶାଲମ ନିବାସୀଗଣ ଓ ତୁମ୍ଭ ଦ୍ୱାରା ତାଡ଼ିତ ସକଳ ଦେଶସ୍ଥ ନିକଟବର୍ତ୍ତୀ ଓ ଦୂରବର୍ତ୍ତୀ ସମସ୍ତ ଇସ୍ରାଏଲ ଲୋକ (ବିବର୍ଣ୍ଣତାର ପାତ୍ର)।
8ହେ ସଦାପ୍ରଭୁ, ମୁଖର ବିବର୍ଣ୍ଣତା ଆମ୍ଭମାନଙ୍କର, ଆମ୍ଭମାନଙ୍କ ରାଜାଗଣର, ଆମ୍ଭମାନଙ୍କ ଅଧିପତିଗଣର ଓ ଆମ୍ଭମାନଙ୍କ ପୂର୍ବପୁରୁଷଗଣର ଅଟେ, କାରଣ ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ।