ଦାନିୟେଲ 9

ହେ ସଦାପ୍ରଭୁ, ମୁଖର ବିବର୍ଣ୍ଣତା ଆମ୍ଭମାନଙ୍କର, ଆମ୍ଭମାନଙ୍କ ରାଜାଗଣର, ଆମ୍ଭମାନଙ୍କ ଅଧିପତିଗଣର ଓ ଆମ୍ଭମାନଙ୍କ ପୂର୍ବପୁରୁଷଗଣର ଅଟେ, କାରଣ ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ।

Daniel 9:8 (UKJV) O Lord, to us belongs confusion of face, to our kings, to our princes, and to our fathers, because we have sinned against you.

6ପୁଣି, ତୁମ୍ଭର ଯେଉଁ ଦାସ ଭବିଷ୍ୟଦ୍‍ବକ୍ତାଗଣ ଆମ୍ଭମାନଙ୍କର ରାଜାଗଣକୁ, ଆମ୍ଭମାନଙ୍କର ଅଧିପତିଗଣକୁ ଓ ଆମ୍ଭମାନଙ୍କର ପୂର୍ବପୁରୁଷଗଣକୁ ଓ ଦେଶସ୍ଥ ଲୋକସମୂହକୁ ତୁମ୍ଭ ନାମରେ କଥା କହିଲେ, ସେମାନଙ୍କ ପ୍ରତି ଆମ୍ଭେମାନେ କର୍ଣ୍ଣପାତ କରି ନାହୁଁ।

7ହେ ପ୍ରଭୁ ଧାର୍ମିକତା ତୁମ୍ଭର ଅଟେ, ମାତ୍ର ଆଜିକାର ନ୍ୟାୟ ମୁଖର ବିବର୍ଣ୍ଣତା ଆମ୍ଭମାନଙ୍କର; ତୁମ୍ଭ ବିରୁଦ୍ଧରେ କୃତ ସତ୍ୟ-ଲଙ୍ଘନ ସକାଶୁ ଯିହୁଦାର ଲୋକ ଓ ଯିରୂଶାଲମ ନିବାସୀଗଣ ଓ ତୁମ୍ଭ ଦ୍ୱାରା ତାଡ଼ିତ ସକଳ ଦେଶସ୍ଥ ନିକଟବର୍ତ୍ତୀ ଓ ଦୂରବର୍ତ୍ତୀ ସମସ୍ତ ଇସ୍ରାଏଲ ଲୋକ (ବିବର୍ଣ୍ଣତାର ପାତ୍ର)।

8ହେ ସଦାପ୍ରଭୁ, ମୁଖର ବିବର୍ଣ୍ଣତା ଆମ୍ଭମାନଙ୍କର, ଆମ୍ଭମାନଙ୍କ ରାଜାଗଣର, ଆମ୍ଭମାନଙ୍କ ଅଧିପତିଗଣର ଓ ଆମ୍ଭମାନଙ୍କ ପୂର୍ବପୁରୁଷଗଣର ଅଟେ, କାରଣ ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ।

9ବିବିଧ ଦୟା ଓ କ୍ଷମା ଆମ୍ଭମାନଙ୍କ ପ୍ରଭୁ ପରମେଶ୍ୱରଙ୍କର ଅଟେ; କାରଣ ଆମ୍ଭେମାନେ ତାହାଙ୍କ ବିରୁଦ୍ଧରେ ବିଦ୍ରୋହାଚରଣ କରିଅଛୁ

10ଓ ସେ ଆପଣା ଭବିଷ୍ୟଦ୍‍ବକ୍ତାଗଣ ଦ୍ୱାରା ଆପଣାର ଯେଉଁ ବ୍ୟବସ୍ଥା ସକଳ ଆମ୍ଭମାନଙ୍କ ସମ୍ମୁଖରେ ରଖିଲେ, ତଦନୁସାରେ ଆଚରଣ କରିବା ପାଇଁ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରବରେ ମନୋଯୋଗ କରି ନାହୁଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.