9ପୁଣି ସେସମୟରେ ମୁଁ ତୁମ୍ଭମାନଙ୍କୁ କହିଲି, “ମୁଁ ଏକାକୀ ତୁମ୍ଭମାନଙ୍କ ଭାର ବହିବାକୁ ଅସମର୍ଥ;
10ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ବୃଦ୍ଧି କରିଅଛନ୍ତି, ଏଣୁ ଦେଖ, ତୁମ୍ଭେମାନେ ଆଜି ଆକାଶର ତାରାଗଣ ତୁଲ୍ୟ ବହୁସଂଖ୍ୟକ ହୋଇଅଛ।
11ତୁମ୍ଭେମାନେ ଏବେ ଯେତେ ଅଛ, ସଦାପ୍ରଭୁ ତୁମ୍ଭମାନଙ୍କ ପୈତୃକ ପରମେଶ୍ୱର ତୁମ୍ଭମାନଙ୍କୁ ତହିଁର ସହସ୍ର ଗୁଣ କରନ୍ତୁ ଓ ସେ ଯେରୂପ ତୁମ୍ଭମାନଙ୍କୁ ପ୍ରତିଜ୍ଞା କରିଅଛନ୍ତି, ତଦ୍ରୂପ ତୁମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ।
12ମୁଁ କିପରି ଏକାକୀ ତୁମ୍ଭମାନଙ୍କର ଏତେ ବୋଝ ଓ ଭାର ଓ ବିବାଦ ସହ୍ୟ କରି ପାରିବି?
13ତୁମ୍ଭେମାନେ ଆପଣା ଆପଣା ବଂଶାନୁସାରେ ଜ୍ଞାନୀ ଓ ବୁଦ୍ଧିମାନ ଓ ବିଖ୍ୟାତ ଲୋକମାନଙ୍କୁ ମନୋନୀତ କର, ମୁଁ ସେମାନଙ୍କୁ ତୁମ୍ଭମାନଙ୍କ ଉପରେ ପ୍ରଧାନ ରୂପେ ନିଯୁକ୍ତ କରିବି।”