14ଏଥିରେ ତୁମ୍ଭେମାନେ ମୋତେ ଉତ୍ତର ଦେଇ କହିଲ, “ତୁମ୍ଭେ ଯାହା କହିଲ, ତାହା ଆମ୍ଭମାନଙ୍କର କରିବା ଭଲ।”
15ତହୁଁ ମୁଁ ତୁମ୍ଭମାନଙ୍କ ବଂଶ ଅନୁସାରେ ପ୍ରଧାନ, ଜ୍ଞାନୀ ଓ ବିଖ୍ୟାତ ଲୋକମାନଙ୍କୁ ନେଇ ତୁମ୍ଭମାନଙ୍କ ବଂଶାନୁସାରେ ତୁମ୍ଭମାନଙ୍କ ଉପରେ ପ୍ରଧାନ, ସହସ୍ରପତି, ଶତପତି, ପଚାଶପତି, ଦଶପତି ଓ ଅଧ୍ୟକ୍ଷମାନଙ୍କୁ ନିଯୁକ୍ତ କଲି।
16ପୁଣି ମୁଁ ସେସମୟରେ ତୁମ୍ଭମାନଙ୍କର ବିଚାରକର୍ତ୍ତୃଗଣକୁ ଆଜ୍ଞା ଦେଇ କହିଲି, “ତୁମ୍ଭେମାନେ ଆପଣା ଆପଣା ଭାଇମାନଙ୍କ ମଧ୍ୟରେ ବିବାଦ ଶୁଣ, ପୁଣି ମନୁଷ୍ୟ ଓ ତାହାର ଭାଇ ଓ ତାହାର ସହବାସୀ ବିଦେଶୀ ମଧ୍ୟରେ ଯଥାର୍ଥ ବିଚାର କର।
17ତୁମ୍ଭେମାନେ ବିଚାରରେ କାହାରି ମୁଖାପେକ୍ଷା କରିବ ନାହିଁ; ତୁମ୍ଭେମାନେ ସାନ ଓ ବଡ଼ ଲୋକର କଥା ସମଭାବରେ ଶୁଣିବ; ତୁମ୍ଭେମାନେ ମନୁଷ୍ୟର ମୁଖକୁ ଭୟ କରିବ ନାହିଁ; କାରଣ ବିଚାର ପରମେଶ୍ୱରଙ୍କର ଅଟେ; ପୁଣି ଯେଉଁ କଥା ତୁମ୍ଭମାନଙ୍କ ପ୍ରତି କଠିନ ହୁଏ, ତାହା ତୁମ୍ଭେମାନେ ମୋʼ ନିକଟକୁ ଆଣିବ, ମୁଁ ତାହା ଶୁଣିବି।”
18ପୁଣି ମୁଁ ସେସମୟରେ ତୁମ୍ଭମାନଙ୍କର ସମସ୍ତ କର୍ତ୍ତବ୍ୟ କର୍ମ ବିଷୟ ଆଜ୍ଞା ଦେଇଥିଲି।