1ପାରଣ ଓ ତୋଫଲ ଓ ଲାବନ ଓ ହତ୍ସେରୋତ ଓ ଦୀଷାହବର ମଧ୍ୟସ୍ଥାନରେ ସୂଫ ସମ୍ମୁଖସ୍ଥିତ ପଦାରେ, ଅର୍ଥାତ୍, ଯର୍ଦ୍ଦନର ପୂର୍ବପାରିସ୍ଥିତ ପ୍ରାନ୍ତରରେ ମୋଶା ସମୁଦାୟ ଇସ୍ରାଏଲଙ୍କୁ ଏହିସବୁ କଥା କହିଲେ,
2ସେୟୀର ପର୍ବତ ଦେଇ ହୋରେବଠାରୁ କାଦେଶ-ବର୍ଣ୍ଣେୟ ପର୍ଯ୍ୟନ୍ତ ଏଗାର ଦିନର ଯାତ୍ରା ଅଟେ।
3ସଦାପ୍ରଭୁ ଯେଉଁ ଯେଉଁ କଥା ଇସ୍ରାଏଲ-ସନ୍ତାନଗଣକୁ କହିବା ପାଇଁ ମୋଶାଙ୍କୁ ଆଜ୍ଞା ଦେଇଥିଲେ, ତଦନୁସାରେ ମୋଶା ଚାଳିଶତମ ବର୍ଷର ଏକାଦଶ ମାସର ପ୍ରଥମ ଦିନରେ ସେମାନଙ୍କୁ କହିଲେ,
4“ହିଷ୍ବୋନ ନିବାସୀ ଇମୋରୀୟମାନଙ୍କ ରାଜା ସୀହୋନକୁ ଓ ଅଷ୍ଟାରୋତ୍ ନିବାସୀ ବାଶନର ରାଜା ଓଗ୍କୁ ଇଦ୍ରିୟୀରେ ସଂହାର କଲା ଉତ୍ତାରେ