19ଏଥିଉତ୍ତାରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଆଜ୍ଞାନୁସାରେ ଆମ୍ଭେମାନେ ହୋରେବଠାରୁ ଯାତ୍ରା କଲୁ, ପୁଣି ଇମୋରୀୟମାନଙ୍କ ପର୍ବତମୟ ଦେଶକୁ ଯିବା ପଥରେ ତୁମ୍ଭେମାନେ ଯେଉଁ ବିସ୍ତୀର୍ଣ୍ଣ ଓ ଭୟଙ୍କର ପ୍ରାନ୍ତର ଦେଖିଲ, ତହିଁର ମଧ୍ୟଦେଇ ଯାଇ କାଦେଶ-ବର୍ଣ୍ଣେୟରେ ପହଞ୍ଚିଲୁ।
20ଏଉତ୍ତାରେ ମୁଁ ତୁମ୍ଭମାନଙ୍କୁ କହିଲି, “ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଇମୋରୀୟମାନଙ୍କର ଯେଉଁ ପର୍ବତମୟ ଦେଶ ଦେବେ, ସେଠାରେ ତୁମ୍ଭେମାନେ ଉପସ୍ଥିତ ହୋଇଅଛ।
21ଦେଖ, ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ଆଗରେ ସେହି ଦେଶ ସମର୍ପଣ କରିଅଛନ୍ତି; ସଦାପ୍ରଭୁ ଆପଣା ପୈତୃକ ପରମେଶ୍ୱରଙ୍କ ଆଜ୍ଞାନୁସାରେ ତୁମ୍ଭେ ଯାଇ ତାହା ଅଧିକାର କର; ଭୟ କର ନାହିଁ, କିଅବା ନିରାଶ ହୁଅ ନାହିଁ।”
22ତହିଁରେ ତୁମ୍ଭେମାନେ ପ୍ରତ୍ୟେକେ ଆମ୍ଭ ନିକଟକୁ ଆସି କହିଲ, “ଆମ୍ଭେମାନେ ଆପଣାମାନଙ୍କ ଆଗେ ଲୋକ ପଠାଉ, ତହିଁରେ ସେମାନେ ଆମ୍ଭମାନଙ୍କ ନିମନ୍ତେ ଦେଶ ଅନୁସନ୍ଧାନ କରି ଆମ୍ଭମାନଙ୍କୁ କେଉଁ ପଥ ଦେଇ ଯିବାକୁ ହେବ ଓ କେଉଁ କେଉଁ ନଗରରେ ଉପସ୍ଥିତ ହେବାକୁ ହେବ, ତହିଁର ସମ୍ବାଦ ଆମ୍ଭମାନଙ୍କ ନିକଟକୁ ଆଣନ୍ତୁ।”
23ତେବେ ଆମ୍ଭେ ଏହି କଥାରେ ସନ୍ତୁଷ୍ଟ ହେଲୁ, ପୁଣି ଆମ୍ଭେ ତୁମ୍ଭମାନଙ୍କର ପ୍ରତ୍ୟେକ ବଂଶ ନିମନ୍ତେ ଜଣେ ଲେଖାଏଁ ବାର ଜଣଙ୍କୁ ନେଲୁ।