20ଏଉତ୍ତାରେ ମୁଁ ତୁମ୍ଭମାନଙ୍କୁ କହିଲି, “ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଇମୋରୀୟମାନଙ୍କର ଯେଉଁ ପର୍ବତମୟ ଦେଶ ଦେବେ, ସେଠାରେ ତୁମ୍ଭେମାନେ ଉପସ୍ଥିତ ହୋଇଅଛ।
21ଦେଖ, ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ଆଗରେ ସେହି ଦେଶ ସମର୍ପଣ କରିଅଛନ୍ତି; ସଦାପ୍ରଭୁ ଆପଣା ପୈତୃକ ପରମେଶ୍ୱରଙ୍କ ଆଜ୍ଞାନୁସାରେ ତୁମ୍ଭେ ଯାଇ ତାହା ଅଧିକାର କର; ଭୟ କର ନାହିଁ, କିଅବା ନିରାଶ ହୁଅ ନାହିଁ।”
22ତହିଁରେ ତୁମ୍ଭେମାନେ ପ୍ରତ୍ୟେକେ ଆମ୍ଭ ନିକଟକୁ ଆସି କହିଲ, “ଆମ୍ଭେମାନେ ଆପଣାମାନଙ୍କ ଆଗେ ଲୋକ ପଠାଉ, ତହିଁରେ ସେମାନେ ଆମ୍ଭମାନଙ୍କ ନିମନ୍ତେ ଦେଶ ଅନୁସନ୍ଧାନ କରି ଆମ୍ଭମାନଙ୍କୁ କେଉଁ ପଥ ଦେଇ ଯିବାକୁ ହେବ ଓ କେଉଁ କେଉଁ ନଗରରେ ଉପସ୍ଥିତ ହେବାକୁ ହେବ, ତହିଁର ସମ୍ବାଦ ଆମ୍ଭମାନଙ୍କ ନିକଟକୁ ଆଣନ୍ତୁ।”
23ତେବେ ଆମ୍ଭେ ଏହି କଥାରେ ସନ୍ତୁଷ୍ଟ ହେଲୁ, ପୁଣି ଆମ୍ଭେ ତୁମ୍ଭମାନଙ୍କର ପ୍ରତ୍ୟେକ ବଂଶ ନିମନ୍ତେ ଜଣେ ଲେଖାଏଁ ବାର ଜଣଙ୍କୁ ନେଲୁ।
24ତହୁଁ ସେମାନେ ଗମନ କରି ପର୍ବତ ପାର ହୋଇ ଇଷ୍କୋଲ-ଉପତ୍ୟକାରେ ପହଞ୍ଚି ଦେଶର ଅନୁସନ୍ଧାନ କଲେ।