ଦ୍ୱିତୀୟ ବିବରଣ 1

ତେବେ ମୁଁ ତୁମ୍ଭମାନଙ୍କୁ କହିଲି, “ଭୟଯୁକ୍ତ ହୁଅ ନାହିଁ, କି ସେମାନଙ୍କ ସକାଶୁ ଭୟ କର ନାହିଁ।

Deuteronomy 1:29 (UKJV) Then I said unto you, Dread not, neither be afraid of them.

27ପୁଣି ତୁମ୍ଭେମାନେ ଆପଣା ଆପଣା ତମ୍ବୁରେ ବଚସା କରି କହିଲ, “ସଦାପ୍ରଭୁ ଆମ୍ଭମାନଙ୍କୁ ଘୃଣା କରିବା ସକାଶୁ ଇମୋରୀୟମାନଙ୍କ ହସ୍ତରେ ସମର୍ପଣ କରି ବିନାଶ କରିବା ନିମନ୍ତେ ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛନ୍ତି।

28ଆମ୍ଭେମାନେ କେଉଁଠାକୁ ଯିବା? ‘ସେହି ଲୋକମାନେ ଆମ୍ଭମାନଙ୍କ ଅପେକ୍ଷା ଅଧିକ ବଳବାନ ଓ ଉଚ୍ଚ; ନଗରମାନ ବୃହତ ଓ ଗଗନସ୍ପର୍ଶୀ ପ୍ରାଚୀର-ବେଷ୍ଟିତ ଆହୁରି ସେହି ସ୍ଥାନରେ ଆମ୍ଭେମାନେ ଅନାକୀୟମାନଙ୍କ ସନ୍ତାନଗଣକୁ ଦେଖିଅଛୁ, ଏହି କଥା କହି ଆମ୍ଭମାନଙ୍କ ଭ୍ରାତୃଗଣ ଆମ୍ଭମାନଙ୍କର ମନୋଭଙ୍ଗ କରିଅଛନ୍ତି।’”

29ତେବେ ମୁଁ ତୁମ୍ଭମାନଙ୍କୁ କହିଲି, “ଭୟଯୁକ୍ତ ହୁଅ ନାହିଁ, କି ସେମାନଙ୍କ ସକାଶୁ ଭୟ କର ନାହିଁ।

30ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର, ଯେ ତୁମ୍ଭମାନଙ୍କ ଆଗେ ଆଗେ ଗମନ କରୁଅଛନ୍ତି, ସେ ମିସରରେ ଓ ପ୍ରାନ୍ତରରେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ତୁମ୍ଭମାନଙ୍କ ନିମନ୍ତେ ଯେସମସ୍ତ କାର୍ଯ୍ୟ କଲେ, ତଦନୁସାରେ ସେ ତୁମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିବେ।

31ଯେହେତୁ ପ୍ରାନ୍ତରରେ ତୁମ୍ଭେ ଦେଖିଅଛ ଯେ, ମନୁଷ୍ୟ ଆପଣା ପୁତ୍ରକୁ ବହିବା ପରି ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଏହି ସ୍ଥାନରେ ପହଞ୍ଚିବା ପର୍ଯ୍ୟନ୍ତ ତୁମ୍ଭମାନଙ୍କ ଗମନର ସମସ୍ତ ପଥରେ ତୁମ୍ଭକୁ କିପରି ବହିଅଛନ୍ତି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.