ଦ୍ୱିତୀୟ ବିବରଣ 1

ସେ ତୁମ୍ଭମାନଙ୍କ ଛାଉଣି ସ୍ଥାପନ କରିବାର ସ୍ଥାନ ଅନ୍ୱେଷଣ କରିବା ପାଇଁ ରାତ୍ରିରେ ଅଗ୍ନି ଦ୍ୱାରା ଓ ଦିବସରେ ମେଘ ଦ୍ୱାରା ତୁମ୍ଭମାନଙ୍କର ଗନ୍ତବ୍ୟ ପଥ ଦେଖାଇବାକୁ ପଥରେ ତୁମ୍ଭମାନଙ୍କ ଆଗେ ଆଗେ ଗମନ କଲେ।

Deuteronomy 1:33 (UKJV) Who went in the way before you, to search you out a place to pitch your tents in, in fire by night, to show you by what way all of you should go, and in a cloud by day.

31ଯେହେତୁ ପ୍ରାନ୍ତରରେ ତୁମ୍ଭେ ଦେଖିଅଛ ଯେ, ମନୁଷ୍ୟ ଆପଣା ପୁତ୍ରକୁ ବହିବା ପରି ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଏହି ସ୍ଥାନରେ ପହଞ୍ଚିବା ପର୍ଯ୍ୟନ୍ତ ତୁମ୍ଭମାନଙ୍କ ଗମନର ସମସ୍ତ ପଥରେ ତୁମ୍ଭକୁ କିପରି ବହିଅଛନ୍ତି।”

32ତଥାପି ଏହି ବିଷୟ ସକାଶେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲ ନାହିଁ!

33ସେ ତୁମ୍ଭମାନଙ୍କ ଛାଉଣି ସ୍ଥାପନ କରିବାର ସ୍ଥାନ ଅନ୍ୱେଷଣ କରିବା ପାଇଁ ରାତ୍ରିରେ ଅଗ୍ନି ଦ୍ୱାରା ଓ ଦିବସରେ ମେଘ ଦ୍ୱାରା ତୁମ୍ଭମାନଙ୍କର ଗନ୍ତବ୍ୟ ପଥ ଦେଖାଇବାକୁ ପଥରେ ତୁମ୍ଭମାନଙ୍କ ଆଗେ ଆଗେ ଗମନ କଲେ।

34ପୁଣି ସଦାପ୍ରଭୁ ତୁମ୍ଭମାନଙ୍କ ବାକ୍ୟର ରବ ଶୁଣି ରାଗିଲେ ଓ ଶପଥ କରି କହିଲେ,

35“ଆମ୍ଭେ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେବାକୁ ଶପଥ କରିଅଛୁ, ନିଶ୍ଚୟ ଏହି ଦୁଷ୍ଟ ବଂଶୀୟ ମନୁଷ୍ୟମାନଙ୍କ ମଧ୍ୟରୁ କୌଣସି ଲୋକ ସେହି ଉତ୍ତମ ଦେଶ ଦେଖି ପାରିବ ନାହିଁ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.