ଦ୍ୱିତୀୟ ବିବରଣ 1

“ଆମ୍ଭେ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେବାକୁ ଶପଥ କରିଅଛୁ, ନିଶ୍ଚୟ ଏହି ଦୁଷ୍ଟ ବଂଶୀୟ ମନୁଷ୍ୟମାନଙ୍କ ମଧ୍ୟରୁ କୌଣସି ଲୋକ ସେହି ଉତ୍ତମ ଦେଶ ଦେଖି ପାରିବ ନାହିଁ,

Deuteronomy 1:35 (UKJV) Surely there shall not one of these men of this evil generation see that good land, which I swore to give unto your fathers.

33ସେ ତୁମ୍ଭମାନଙ୍କ ଛାଉଣି ସ୍ଥାପନ କରିବାର ସ୍ଥାନ ଅନ୍ୱେଷଣ କରିବା ପାଇଁ ରାତ୍ରିରେ ଅଗ୍ନି ଦ୍ୱାରା ଓ ଦିବସରେ ମେଘ ଦ୍ୱାରା ତୁମ୍ଭମାନଙ୍କର ଗନ୍ତବ୍ୟ ପଥ ଦେଖାଇବାକୁ ପଥରେ ତୁମ୍ଭମାନଙ୍କ ଆଗେ ଆଗେ ଗମନ କଲେ।

34ପୁଣି ସଦାପ୍ରଭୁ ତୁମ୍ଭମାନଙ୍କ ବାକ୍ୟର ରବ ଶୁଣି ରାଗିଲେ ଓ ଶପଥ କରି କହିଲେ,

35“ଆମ୍ଭେ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେବାକୁ ଶପଥ କରିଅଛୁ, ନିଶ୍ଚୟ ଏହି ଦୁଷ୍ଟ ବଂଶୀୟ ମନୁଷ୍ୟମାନଙ୍କ ମଧ୍ୟରୁ କୌଣସି ଲୋକ ସେହି ଉତ୍ତମ ଦେଶ ଦେଖି ପାରିବ ନାହିଁ,

36କେବଳ ଯିଫୁନ୍ନିର ପୁତ୍ର କାଲେବ ତାହା ଦେଖିବ ପୁଣି ସେ ଯେଉଁ ଭୂମିରେ ପଦାର୍ପଣ କରିଅଛି, ସେହି ଭୂମି ଆମ୍ଭେ ତାହାକୁ ଓ ତାହାର ସନ୍ତାନଗଣକୁ ଦେବା; କାରଣ ସେ ସଦାପ୍ରଭୁଙ୍କର ସମ୍ପୂର୍ଣ୍ଣ ଅନୁଗତ ଲୋକ।”

37ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ସକାଶୁ ମୋʼ ପ୍ରତି କ୍ରୋଧ କରି କହିଲେ, “ତୁମ୍ଭେ ମଧ୍ୟ ସେହି ସ୍ଥାନରେ ପ୍ରବେଶ କରିବ ନାହିଁ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.