41ଏଥିରେ ତୁମ୍ଭେମାନେ ଉତ୍ତର କରି ମୋତେ କହିଲ, “ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ; ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଯେଉଁ ସମସ୍ତ ଆଜ୍ଞା ଦେଇଅଛନ୍ତି, ଆମ୍ଭେମାନେ ତଦନୁସାରେ ଉଠିଯାଇ ଯୁଦ୍ଧ କରିବୁ।” ପୁଣି ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଯୁଦ୍ଧାସ୍ତ୍ର ବାନ୍ଧି ପର୍ବତ ଆରୋହଣ କରିବାକୁ ବ୍ୟଗ୍ର ହେଲ।
42ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ସେମାନଙ୍କୁ କୁହ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟବର୍ତ୍ତୀ ନାହୁଁ, ‘ଏଣୁ ତୁମ୍ଭେମାନେ ଆରୋହଣ କର ନାହିଁ, କିଅବା ଯୁଦ୍ଧ କର ନାହିଁ;’ କଲେ ଶତ୍ରୁମାନଙ୍କ ସମ୍ମୁଖରେ ଆହତ ହେବ।”
43ତହୁଁ ମୁଁ ତୁମ୍ଭମାନଙ୍କୁ ସେହି କଥା କହିଲି, ପୁଣି ତୁମ୍ଭେମାନେ ଶୁଣିଲ ନାହିଁ; ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କ ଆଜ୍ଞାର ବିଦ୍ରୋହାଚରଣ କଲ ଓ ଦୁଃସାହସୀ ହେଲ, ଆଉ ପର୍ବତ ଦେଶକୁ ଆକ୍ରମଣ କଲ।
44କିନ୍ତୁ ସେହି ପର୍ବତବାସୀ ଇମୋରୀୟ ଲୋକମାନେ ତୁମ୍ଭମାନଙ୍କ ବିରୁଦ୍ଧରେ ବାହାର ହୋଇ ମହୁମାଛି ପରି ତୁମ୍ଭମାନଙ୍କୁ ତଡ଼ି ସେୟୀରରେ ହର୍ମା ପର୍ଯ୍ୟନ୍ତ ତୁମ୍ଭମାନଙ୍କୁ ପରାସ୍ତ କଲେ।
45ତେବେ ତୁମ୍ଭେମାନେ ଫେରିଆସି ସଦାପ୍ରଭୁଙ୍କ ଛାମୁରେ ରୋଦନ କଲ; ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ରବରେ ମନୋଯୋଗ କଲେ ନାହିଁ, କିଅବା ତୁମ୍ଭମାନଙ୍କ ପ୍ରତି କର୍ଣ୍ଣପାତ କଲେ ନାହିଁ।