4“ହିଷ୍ବୋନ ନିବାସୀ ଇମୋରୀୟମାନଙ୍କ ରାଜା ସୀହୋନକୁ ଓ ଅଷ୍ଟାରୋତ୍ ନିବାସୀ ବାଶନର ରାଜା ଓଗ୍କୁ ଇଦ୍ରିୟୀରେ ସଂହାର କଲା ଉତ୍ତାରେ
5ଯର୍ଦ୍ଦନର ପୂର୍ବପାରସ୍ଥିତ ମୋୟାବ ଦେଶରେ ମୋଶା ଏହି ବ୍ୟବସ୍ଥା ବ୍ୟାଖ୍ୟା କରିବାକୁ ଆରମ୍ଭ କଲେ।
6ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ହୋରେବରେ ଆମ୍ଭମାନଙ୍କୁ କହିଲେ, ‘ତୁମ୍ଭେମାନେ ଏହି ପର୍ବତରେ ଯଥେଷ୍ଟ କାଳ ବାସ କରିଅଛ;
7ଏବେ ଫେରି ଇମୋରୀୟମାନଙ୍କ ପର୍ବତମୟ ଦେଶ ଓ ତନ୍ନିକଟବର୍ତ୍ତୀ ପଦା ଓ ପର୍ବତ ଓ ତଳଭୂମି ଓ ଦକ୍ଷିଣ ପ୍ରଦେଶ ଓ ସମୁଦ୍ରତୀର ଇତ୍ୟାଦି କିଣାନୀୟମାନଙ୍କ ସମସ୍ତ ଦେଶ ଓ ଲିବାନୋନ ଦେଇ ମହାନଦୀ ଫରାତ୍ ପର୍ଯ୍ୟନ୍ତ ଯାତ୍ରା କର।
8ଦେଖ, ଆମ୍ଭେ ତୁମ୍ଭମାନଙ୍କ ଆଗରେ ଏହି ଦେଶ ସମର୍ପଣ କରିଅଛୁ; ସଦାପ୍ରଭୁ ତୁମ୍ଭମାନଙ୍କର ପୂର୍ବପୁରୁଷ ଅବ୍ରହାମଙ୍କୁ ଓ ଇସ୍ହାକକୁ ଓ ଯାକୁବକୁ ଓ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଥିଲେ, ତୁମ୍ଭେମାନେ ସେହି ଦେଶକୁ ଯାଇ ତାହା ଅଧିକାର କର।’”