ଦ୍ୱିତୀୟ ବିବରଣ 1

ପୁଣି ସେସମୟରେ ମୁଁ ତୁମ୍ଭମାନଙ୍କୁ କହିଲି, “ମୁଁ ଏକାକୀ ତୁମ୍ଭମାନଙ୍କ ଭାର ବହିବାକୁ ଅସମର୍ଥ;

Deuteronomy 1:9 (UKJV) And I spoke unto you at that time, saying, I am not able to bear you myself alone:

7ଏବେ ଫେରି ଇମୋରୀୟମାନଙ୍କ ପର୍ବତମୟ ଦେଶ ଓ ତନ୍ନିକଟବର୍ତ୍ତୀ ପଦା ଓ ପର୍ବତ ଓ ତଳଭୂମି ଓ ଦକ୍ଷିଣ ପ୍ରଦେଶ ଓ ସମୁଦ୍ରତୀର ଇତ୍ୟାଦି କିଣାନୀୟମାନଙ୍କ ସମସ୍ତ ଦେଶ ଓ ଲିବାନୋନ ଦେଇ ମହାନଦୀ ଫରାତ୍‍ ପର୍ଯ୍ୟନ୍ତ ଯାତ୍ରା କର।

8ଦେଖ, ଆମ୍ଭେ ତୁମ୍ଭମାନଙ୍କ ଆଗରେ ଏହି ଦେଶ ସମର୍ପଣ କରିଅଛୁ; ସଦାପ୍ରଭୁ ତୁମ୍ଭମାନଙ୍କର ପୂର୍ବପୁରୁଷ ଅବ୍ରହାମଙ୍କୁ ଓ ଇସ୍‌ହାକକୁ ଓ ଯାକୁବକୁ ଓ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଥିଲେ, ତୁମ୍ଭେମାନେ ସେହି ଦେଶକୁ ଯାଇ ତାହା ଅଧିକାର କର।’”

9ପୁଣି ସେସମୟରେ ମୁଁ ତୁମ୍ଭମାନଙ୍କୁ କହିଲି, “ମୁଁ ଏକାକୀ ତୁମ୍ଭମାନଙ୍କ ଭାର ବହିବାକୁ ଅସମର୍ଥ;

10ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ବୃଦ୍ଧି କରିଅଛନ୍ତି, ଏଣୁ ଦେଖ, ତୁମ୍ଭେମାନେ ଆଜି ଆକାଶର ତାରାଗଣ ତୁଲ୍ୟ ବହୁସଂଖ୍ୟକ ହୋଇଅଛ।

11ତୁମ୍ଭେମାନେ ଏବେ ଯେତେ ଅଛ, ସଦାପ୍ରଭୁ ତୁମ୍ଭମାନଙ୍କ ପୈତୃକ ପରମେଶ୍ୱର ତୁମ୍ଭମାନଙ୍କୁ ତହିଁର ସହସ୍ର ଗୁଣ କରନ୍ତୁ ଓ ସେ ଯେରୂପ ତୁମ୍ଭମାନଙ୍କୁ ପ୍ରତିଜ୍ଞା କରିଅଛନ୍ତି, ତଦ୍ରୂପ ତୁମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.