ଦ୍ୱିତୀୟ ବିବରଣ 10

ସେହି ସମୟରେ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ପ୍ରଥମ ପରି ଦୁଇ ପ୍ରସ୍ତର ଫଳକ ଖୋଳି ପର୍ବତ ଉପରେ ଆମ୍ଭ ନିକଟକୁ ଆସ, ପୁଣି ଆପଣା ପାଇଁ କାଷ୍ଠର ଏକ ସିନ୍ଦୁକ ନିର୍ମାଣ କର।

Deuteronomy 10:1 (UKJV) At that time the LORD said unto me, Hew you two tables of stone like unto the first, and come up unto me into the mount, and make you an ark of wood.

1ସେହି ସମୟରେ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ପ୍ରଥମ ପରି ଦୁଇ ପ୍ରସ୍ତର ଫଳକ ଖୋଳି ପର୍ବତ ଉପରେ ଆମ୍ଭ ନିକଟକୁ ଆସ, ପୁଣି ଆପଣା ପାଇଁ କାଷ୍ଠର ଏକ ସିନ୍ଦୁକ ନିର୍ମାଣ କର।

2ଆଉ ତୁମ୍ଭେ ଯେଉଁ ପ୍ରଥମ ପ୍ରସ୍ତର ଫଳକ ଭାଙ୍ଗିଲ, ତହିଁରେ ଯେଉଁ ଯେଉଁ ବାକ୍ୟ ଥିଲା, ତାହା ଆମ୍ଭେ ଏହି ପ୍ରସ୍ତର ଫଳକରେ ଲେଖିବା, ପୁଣି ତୁମ୍ଭେ ତାହା ଏହି ସିନ୍ଦୁକରେ ରଖିବ।”

3ତହୁଁ ମୁଁ ଶିଟୀମ୍‍ କାଷ୍ଠରେ ଏକ ସିନ୍ଦୁକ ନିର୍ମାଣ କଲି ଓ ପ୍ରଥମ ପରି ଦୁଇ ପ୍ରସ୍ତର ଫଳକ ଖୋଳିଲି, ଆଉ ସେହି ଦୁଇ ପ୍ରସ୍ତର ଫଳକ ହସ୍ତରେ ନେଇ ପର୍ବତ ଉପରକୁ ଗଲି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.