15କେବଳ ତୁମ୍ଭ ପୂର୍ବପୁରୁଷମାନଙ୍କ ପ୍ରତି ସ୍ନେହ କରିବାକୁ ସଦାପ୍ରଭୁଙ୍କର ସନ୍ତୋଷ ଥିବାରୁ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ଆଜି ଦିନ ପରି ସେ ସର୍ବଗୋଷ୍ଠୀୟ ଲୋକମାନଙ୍କଠାରୁ ମନୋନୀତ କଲେ।
16ଏଥିପାଇଁ ତୁମ୍ଭେମାନେ ଆପଣା ଆପଣା ହୃଦୟର ଅଗ୍ରଚର୍ମ ସୁନ୍ନତ କର, ଆଉ ଶକ୍ତଗ୍ରୀବ ହୁଅ ନାହିଁ।
17କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ସେ ଦେବଗଣର ଦେବ, ପ୍ରଭୁମାନଙ୍କର ପ୍ରଭୁ, ମହାନ, ସର୍ବଶକ୍ତିମାନ ଓ ଭୟଙ୍କର ପରମେଶ୍ୱର ଅଟନ୍ତି, ସେ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ, କିଅବା ଲାଞ୍ଚ ଗ୍ରହଣ କରନ୍ତି ନାହିଁ।
18ସେ ପିତୃହୀନ, ବିଧବାର ବିଚାର ନିଷ୍ପତ୍ତି କରନ୍ତି ଓ ବିଦେଶୀକୁ ଅନ୍ନ ଓ ବସ୍ତ୍ର ଦେଇ ପ୍ରେମ କରନ୍ତି।
19ଏଥିପାଇଁ ତୁମ୍ଭେମାନେ ବିଦେଶୀକୁ ପ୍ରେମ କର, କାରଣ ତୁମ୍ଭେମାନେ ମିସର ଦେଶରେ ବିଦେଶୀ ଥିଲ।